Posted inଜାତୀୟ

ଉପନିର୍ବାଚନ ହାରିବା ପରେ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଭାଜପା ନେତା

ଜୟପୁର,୯।୧: ରାଜସ୍ଥାନର ଶ୍ରୀଗଙ୍ଗାନଗର ଅନ୍ତର୍ଗତ କରନପୁର ବିଧାନସଭା କ୍ଷେତ୍ର ପାଇଁ ଡିସେମ୍ବର ୩୦ରେ ହୋଇଥିବା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ତଥା ରାଜ୍ୟ ସରକାରରେ ମନ୍ତ୍ରୀ ଥିବା ସୁରେନ୍ଦ୍ର ପାଲ ସିଂ ଟିଟି ପରାଜିତ ହୋଇଛନ୍ତି। ପରାଜୟ ପରେ ସେ ମନ୍ତ୍ରୀ ପଦରୁ ଇସ୍ତାଫା ଦେଇଛନ୍ତି। ଇସ୍ତାଫା ପତ୍ର ସେ ରାଜ୍ୟପାଳଙ୍କୁ ପଠାଇ ଥିଲେ। ରାଜ୍ୟପାଳ ଇସ୍ତଫାପତ୍ର ଗ୍ରହଣ କରିଥିବା ଜଣାପଡିଛି। ଅନ୍ୟପକ୍ଷେ ଉକ୍ତ ଆସନରୁ କଂଗ୍ରେସ ପ୍ରାର୍ଥୀ ରୂପୀନ୍ଦୀର ସିଂ କୁନେର ୧୧,୨୮୩ ଭୋଟ ବ୍ୟବଧାନରେ ନିର୍ବାଚିତ ହୋଇଛନ୍ତି। ଫଳରେ ରାଜସ୍ଥାନର ଭଜନଲାଲ୍‌ ଶର୍ମାଙ୍କ ନେତୃତ୍ୱାଧୀନ ସରକାରଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି।

ଗତ ନଭେମ୍ବର ୧୫ରେ କରନପୁର ଆସନର କଂଗ୍ରେସ ପ୍ରାର୍ଥୀ ଗୁର୍‌ମିତ ସିଂ କୁନେରଙ୍କ ପରଲୋକ ଯୋଗୁ ସେଠାରେ ନିର୍ବାଚନ ସ୍ଥଗିତ ରହିଥିଲା। ଫଳରେ ଡିସେମ୍ବର ୩୦ରେ ଉକ୍ତ ଆସନ ଲାଗି ହୋଇଥିବା ଉପନିର୍ବାଚନରେ ଭାଜପା ମନ୍ତ୍ରୀ ଥିବା ସୁରେନ୍ଦ୍ରଙ୍କୁ ପ୍ରାର୍ଥୀ କରିଥିଲା। ସୁରେନ୍ଦ୍ର ରାଜ୍ୟର କୃଷି ବିପଣନ, ଜଳସେଚନ ଅଞ୍ଚଳ ବିକାଶ ଓ ଜଳ ଉପଯୋଗ ବିଭାଗର ରାଷ୍ଟ୍ରମନ୍ତ୍ରୀ ସ୍ବାଧୀନ ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri