Posted inଜାତୀୟ

ବିମାନ ବନ୍ଦରରେ ଜନ୍ମଦିନ ପାଳିଲେ ୟୁକ୍ରେନରୁ ଫେରିଥିବା ଛାତ୍ର

ନୂଆଦିଲ୍ଲୀ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି। ଇତିମଧ୍ୟରେ ଯୁଦ୍ଧ ଅଞ୍ଚଳରେ ଫସି ରହିଥିବା ଭାରତୀୟ ଛାତ୍ର ଓ ନାଗରିକଙ୍କ ଉଦ୍ଧାର କାର୍ଯ୍ୟ ରହିଛି। ସ୍ବଦେଶକୁ ଫେରିବା ପରେ ଛାତ୍ର ଓ ତାଙ୍କ ପରିବାର ମଧ୍ୟରେ ଏକ ପ୍ରକାର ଖୁସିର ମାହୋଲ ଖେଳିଯାଇଛି। ଇତିମଧ୍ୟରେ ଶନିବାର ସକାଳେ ଦିଲ୍ଲୀ ବିମାନବନ୍ଦରରେ ଏକ ଖୁସିର ବାତାବରଣ ଦେଖିବାକୁ ମିଳିଥିଲା। ରାଜସ୍ଥାନର ମନ୍ତ୍ରୀମାନେ ୟୁକ୍ରେନରୁ ଫେରିଥିବା ଛାତ୍ରଙ୍କ ସହ ତାଙ୍କ ଜନ୍ମଦିନ ପାଳନ କରିଥିବା ନଜର ଆସିଛନ୍ତି। ସୂଚନାଯୋଗ୍ୟ, ୟୁକ୍ରେନରୁ ଭାରତକୁ ଫେରିଥିବା ଛାତ୍ରମାନେ ନିରାପଦରେ ନିଜ ଘରେ ପହଞ୍ଚିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସେମାନଙ୍କ ମନ୍ତ୍ରୀମାନଙ୍କୁ ନିୟୋଜିତ କରିଛନ୍ତି। ତେବେ ଶନିବାର ୟୁକ୍ରେନରୁ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଥିବା ଉଦୟପୁରର ଅକ୍ଷତଙ୍କ ଜନ୍ମଦିନ ବିମାନବନ୍ଦରରେ ପାଳନ କରାଯାଇଥିଲା। ଜନ୍ମଦିନ ପାଳନ କରିବାରେ କ୍ୟାବିନେଟ ମନ୍ତ୍ରୀ ଟିକରାମ ଜୁଲି, ମନ୍ତ୍ରୀ ସୁଭାଷ ଗର୍ଗ ସାମିଲ ହୋଇଥିଲେ। ଅକ୍ଷତଙ୍କ ଜନ୍ମଦିନ ଜାଣିବା ମାତ୍ରେ ସେ ବିମାନବନ୍ଦରରେ କେକ୍‌ ଆଣିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଅକ୍ଷତ କେକ୍‌ କାଟିବା ସମୟରେ ମନ୍ତ୍ରୀମାନେ ତାଙ୍କ ପିତାମାତାଙ୍କୁ ଭିଡିଓ କଲ୍‌ କରିଥିଲେ। ଭିଡିଓ କଲ୍‌ ପରେ ଅକ୍ଷତଙ୍କୁ ନିରାପଦରେ ଦେଶକୁ ଫେରିବା ପାଇଁ ଅଭିନନ୍ଦନ ସହ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ବିମାନ ବନ୍ଦରରେ ଅନ୍ୟମାନଙ୍କ ମଧ୍ୟରେ ଆବାସିକ କମିଶନର ଶୁଭ୍ରା ସିଂ, ସହକାରୀ ଆବାସିକ କମିଶନର ରିଙ୍କୁ ମୀନା ଓ ମନୋଜ କୁମାର ସିଂ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri