Posted inଜାତୀୟ

ଜୟପୁରରୁ ୱାଶିଂଟନ ଫେରିଲେ ଆମେରିକାର ଉପରାଷ୍ଟ୍ରପତି, ସିଟି ପ୍ୟାଲେସ ଗସ୍ତ ବାତିଲ

ନୂଆଦିଲ୍ଲୀ,୨୪।୪: ଆମେରିକୀୟ ଉପ ରାଷ୍ଟ୍ରପତି ଜେଡି ଭେନ୍ସ ତାଙ୍କ ପରିବାର ସହ ଚାରି ଦିନିଆ ଭାରତ ଗସ୍ତ ପରେ ଗୁରୁବାର ସକାଳେ ଓ୍ଵାଶିଂଟନ ଅଭିମୁଖେ ଯାତ୍ରା କରିଛନ୍ତି। ଜୟପୁର ଆନ୍ତର୍ଜାତୀୟ ବିମାନବନ୍ଦରରୁ ସେ ଏକ ବିଶେଷ ବିମାନରେ ଓ୍ଵାଶିଂଟନ ପାଇଁ ଉଡ଼ାଣ ଭରିଛନ୍ତି। ସୋମବାର ରାତିରେ ଭେନ୍ସ ଦିଲ୍ଲୀରୁ ଜୟପୁର ଆସିଥିଲେ। ପାହାଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଜୟପୁରରେ ତାଙ୍କର ସିଟି ପ୍ୟାଲେସ ଭ୍ରମଣ କାର୍ଯ୍ୟକ୍ରମ ବାତିଲ ହୋଇଥିଲା।

ଏହି ଭାରତ ଗସ୍ତ ସମୟରେ ଭେନ୍ସ ଜୟପୁରରେ ଆମେର ଦୁର୍ଗ ଦେଖିଥିଲେ ଏବଂ ରାଜସ୍ଥାନ ଆନ୍ତର୍ଜାତୀୟ କେନ୍ଦ୍ରରେ ଭାରତ-ଆମେରିକା ସମ୍ପର୍କ ଉପରେ ଏକ ଭାଷଣ ଦେଇଥିଲେ। ଏହା ପୂର୍ବରୁ ସେ ବୁଧବାର ଆଗ୍ରାରେ ତାଜମହଲ ଦେଖିବାକୁ ଯାଇଥିଲେ। ଭେନ୍ସ ପରିବାର ସୋମବାର ଦିଲ୍ଲୀରେ ଅକ୍ଷରଧାମ ମନ୍ଦିର ଦର୍ଶନ କରିଥିଲେ। ଏହା ସହ ରାଜଧାନୀରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ଭେନ୍ସ ଏବଂ ତାଙ୍କ ପରିବାର ପାଇଁ ରାତ୍ରିଭୋଜନର ଆୟୋଜନ କରିଥିଲେ। ଏହି ଗସ୍ତକୁ ରାଜନୈତିକ, ଆର୍ଥିକ ଏବଂ ସାମରିକ ଦୃଷ୍ଟିକୋଣରୁ ଭାରତ-ଆମେରିକା ସମ୍ପର୍କକୁ ମଜବୁତ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି।

ବୈଦେଶିକ ମନ୍ତ୍ରଣାଳୟ ଅନୁସାରେ, ଆଗ୍ରା ଭ୍ରମଣ ସମୟରେ ପାହାଲଗାମ ଆତଙ୍କବାଦୀ ଆକ୍ରମଣର ଖବର ମିଳିବା ପରେ ଭେନ୍ସ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଫୋନରେ କଥା ହୋଇଥିଲେ। ସେ ଏହି ଆକ୍ରମଣର କଡ଼ା ନିନ୍ଦା କରିବା ସହ ଏହି ଦୁଃଖଦ ମୁହୂର୍ତ୍ତରେ ଗଭୀର ସମବେଦନା ପ୍ରକାଶ କରିଥିଲେ। ସେ କହିଥିଲେ ଯେ ଆମେରିକା ଏହି କଠିନ ସମୟରେ ଭାରତୀୟ ଜନତାଙ୍କ ସହ ଛିଡ଼ା ହୋଇ ରହିଛି। ଆମେରିକା ଆତଙ୍କବାଦ ବିରୁଦ୍ଧରେ ମିଳିତ ଲଢ଼େଇରେ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରସ୍ତୁତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର? ଜାଣନ୍ତୁ କାହିଁକି ହେଉଛି ଏମିତି ଚର୍ଚ୍ଚା

ପାଟନା,୧୭।୯: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଜଡ଼ିତ ମେଣ୍ଟ ପରିବର୍ତ୍ତନର ସମ୍ଭାବନାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?