Posted inଜାତୀୟ

ଯଦି ସତ କହିବା ଅପରାଧ, ତେବେ ମୁଁ ଏଭଳି ଅପରାଧ ଆଗକୁ ମଧ୍ୟ କରିବି: ରାଜେନ୍ଦ୍ର ଗୁଧା

ଜୟପୁର,୨୨।୭: ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ପୁଣିଥରେ ସରଗରମ ହୋଇଛି ରାଜ୍ୟ ରାଜନୀତି। ବିଧାନସଭାରେ ନିଜ ସରକାରଙ୍କୁ ଟାର୍ଗେଟ କରିଥିବା କଂଗ୍ରେସ ନେତା ରାଜେନ୍ଦ୍ର ଗୁଧାଙ୍କୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମନ୍ତ୍ରୀ ପଦରୁ ବହିଷ୍କାର କରିଛନ୍ତି। ତେବେ ମନ୍ତ୍ରୀ ପଦ ଯିବା ପରେ ରାଜେନ୍ଦ୍ର ନିଜ ବିବୃତିରେ ଅଟଳ ଅଛନ୍ତି। ସତ କହିବା ଯଦି ଅପରାଧ ତେବେ ସେ ଏଭଳି ଅପରାଧ କରିବେ ବୋଲି ସେ କହିଛନ୍ତି। ଏହି ବୟାନକୁ ନେଇ ଏବେ ରାଜନୈତିକ ମହଲରେ ଆଲୋଚନା ତୀବ୍ର ହୋଇଛି।

ଏକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ରାଜେନ୍ଦ୍ର କହିଛନ୍ତି, ଯଦି ସତ କହିବା ଅପରାଧ ତେବେ ମୁଁ ଆଗକୁ ମଧ୍ୟ ଏଭଳି ଅପରାଧ କରିବି। ରାଜସ୍ଥାନରେ ମହିଳାଙ୍କ ପ୍ରତି ଅପରାଧ ବଢ଼ୁଥିବା ସମସ୍ତେ ଜାଣନ୍ତି। ମହିଳା ଅପରାଧରେ ରାଜସ୍ଥାନ ଶୀର୍ଷରେ ଅଛି। ଯାହା ସତ ଥିଲା ମୁଁ ତାହା ହିଁ କହିଥିଲି, ଏଥିରେ ମୁଖ୍ୟମନ୍ତ୍ରୀ ଖପ୍ପା ହୋଇଗଲେ। ହେଲେ ମୋତେ ଏହାର ଫରକ ପଡେନାହିଁ। ମୁଁ ସତ କହିବି ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ବିଧାନସଭା ସମୟରେ ରାଜେନ୍ଦ୍ର ମଣିପୁରର ଉଦାହରଣ ଦେଇ ନିଜ ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଥିଲେ। ଆମେ ମହିଳାଙ୍କୁ ସୁରକ୍ଷା ଦେବାରେ ଅସଫଳ ହୋଇଛୁ। ରାଜସ୍ଥାନରେ ଯେଉଁଭଳି ଭାବେ ମହିଳାଙ୍କ ଉପରେ ଅତ୍ୟାଚାର ବୃଦ୍ଧି ପାଉଛି, ମଣିପୁର ପରିବର୍ତ୍ତେ ଆମକୁ ନିଜକୁ ଦେଖିବା ଉଚିତ ବୋଲି କହିଥିଲେ। ଏହି ବିବୃତ୍ତି ପରେ ଏକ ବଡ ନିଷ୍ପତ୍ତି ସ୍ବରୂପ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଗେହଲଟ୍‌ ତାଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri