Posted inଜାତୀୟ

ଯଦି ସତ କହିବା ଅପରାଧ, ତେବେ ମୁଁ ଏଭଳି ଅପରାଧ ଆଗକୁ ମଧ୍ୟ କରିବି: ରାଜେନ୍ଦ୍ର ଗୁଧା

ଜୟପୁର,୨୨।୭: ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ପୁଣିଥରେ ସରଗରମ ହୋଇଛି ରାଜ୍ୟ ରାଜନୀତି। ବିଧାନସଭାରେ ନିଜ ସରକାରଙ୍କୁ ଟାର୍ଗେଟ କରିଥିବା କଂଗ୍ରେସ ନେତା ରାଜେନ୍ଦ୍ର ଗୁଧାଙ୍କୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମନ୍ତ୍ରୀ ପଦରୁ ବହିଷ୍କାର କରିଛନ୍ତି। ତେବେ ମନ୍ତ୍ରୀ ପଦ ଯିବା ପରେ ରାଜେନ୍ଦ୍ର ନିଜ ବିବୃତିରେ ଅଟଳ ଅଛନ୍ତି। ସତ କହିବା ଯଦି ଅପରାଧ ତେବେ ସେ ଏଭଳି ଅପରାଧ କରିବେ ବୋଲି ସେ କହିଛନ୍ତି। ଏହି ବୟାନକୁ ନେଇ ଏବେ ରାଜନୈତିକ ମହଲରେ ଆଲୋଚନା ତୀବ୍ର ହୋଇଛି।

ଏକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ରାଜେନ୍ଦ୍ର କହିଛନ୍ତି, ଯଦି ସତ କହିବା ଅପରାଧ ତେବେ ମୁଁ ଆଗକୁ ମଧ୍ୟ ଏଭଳି ଅପରାଧ କରିବି। ରାଜସ୍ଥାନରେ ମହିଳାଙ୍କ ପ୍ରତି ଅପରାଧ ବଢ଼ୁଥିବା ସମସ୍ତେ ଜାଣନ୍ତି। ମହିଳା ଅପରାଧରେ ରାଜସ୍ଥାନ ଶୀର୍ଷରେ ଅଛି। ଯାହା ସତ ଥିଲା ମୁଁ ତାହା ହିଁ କହିଥିଲି, ଏଥିରେ ମୁଖ୍ୟମନ୍ତ୍ରୀ ଖପ୍ପା ହୋଇଗଲେ। ହେଲେ ମୋତେ ଏହାର ଫରକ ପଡେନାହିଁ। ମୁଁ ସତ କହିବି ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ବିଧାନସଭା ସମୟରେ ରାଜେନ୍ଦ୍ର ମଣିପୁରର ଉଦାହରଣ ଦେଇ ନିଜ ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଥିଲେ। ଆମେ ମହିଳାଙ୍କୁ ସୁରକ୍ଷା ଦେବାରେ ଅସଫଳ ହୋଇଛୁ। ରାଜସ୍ଥାନରେ ଯେଉଁଭଳି ଭାବେ ମହିଳାଙ୍କ ଉପରେ ଅତ୍ୟାଚାର ବୃଦ୍ଧି ପାଉଛି, ମଣିପୁର ପରିବର୍ତ୍ତେ ଆମକୁ ନିଜକୁ ଦେଖିବା ଉଚିତ ବୋଲି କହିଥିଲେ। ଏହି ବିବୃତ୍ତି ପରେ ଏକ ବଡ ନିଷ୍ପତ୍ତି ସ୍ବରୂପ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଗେହଲଟ୍‌ ତାଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri