Posted inଜାତୀୟ

‘କଂଗ୍ରେସରେ ବିବାଦ ପାଇଁ ରାଜସ୍ଥାନବାସୀଙ୍କୁ ମୂଲ୍ୟ ଦେବାକୁ ପଡ଼ୁଛି’

ଜୟପୁର,୧୯ା୭: କଂଗ୍ରେସ ଦଳରେ କଳହ ଯୋଗୁ ରାଜସ୍ଥାନର ଜନସାଧାରଣଙ୍କୁ ମୂଲ୍ୟ ଦେବାକୁ ପଡୁଛି। ରାଜ୍ୟ କଂଗ୍ରେସରେ କିଛିଦିନ ହେଲା ସଙ୍କଟ ଲାଗି ରହିଥିବାବେଳେ ବରିଷ୍ଠ ଭାଜପା ନେତ୍ରୀ ତଥା ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଶନିବାର ପ୍ରଥମ ଥର ପାଇଁ ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସହ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ବିଦ୍ରୋହରୁ କଂଗ୍ରେସରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାଜପାକୁ କାଦୁଅ ମଧ୍ୟକୁ ଟାଣିବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି।
କଂଗ୍ରେସରେ ବିବାଦ ଯୋଗୁ ରାଜ୍ୟ ସମ୍ମୁଖୀନ ହୋଇଥିବା ବିଭିନ୍ନ ସମସ୍ୟାର ଏକ ତାଲିକା ଉପସ୍ଥାପନ କରିଛନ୍ତି ଭାଜପା ନେତ୍ରୀ। ରାଜସ୍ଥାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାରରେ ପହଞ୍ଚତ୍ଥିବାବେଳେ ୫୦୦ରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ସେପଟେ ପଙ୍ଗପାଳ ଦଳ ମାଡ଼ିଆସି ଫସଲ ଉଜାଡ଼ିବାରେ ଲାଗିଛନ୍ତି। ରାଜ୍ୟରେ ମହିଳାଙ୍କ ପ୍ରତି ଅପରାଧ ସବୁ ସୀମା ଅତିିକ୍ରମ କରିଥିବାବେଳେ ବିଜୁଳି ସଙ୍କଟ ଦେଖାଦେଇଛି। ଏଭଳି ସମୟରେ ଲୋକଙ୍କ ସମସ୍ୟା ପ୍ରତି ଆଖିବୁଜି ଦେଇ ସରକାରୀ ଦଳ କଳହରେ ଲିପ୍ତ ରହିବା ଦୁର୍ଭାଗ୍ୟଜନକ ବୋଲି ବସୁନ୍ଧରା କହିଛନ୍ତି।
ନିର୍ବାଚିତ ସରକାରକୁ ଭାଙ୍ଗିଦେବା ପାଇଁ ଭାଜପା ଉଦ୍ୟମ କରୁଛି ବୋଲି କଂଗ୍ରେସ ଅଭିଯୋଗ କରିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏହାକୁ ଖଣ୍ଡନ କରିଛନ୍ତି। ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ଭାଙ୍ଗିବା ପରେ ରାଜସ୍ଥାନରେ ସଚିନ ପାଇଲଟଙ୍କ ବିଦ୍ରୋହକୁ ଭାଜପା ସକ୍ରିୟ ସମର୍ଥନ କରୁଥିବା ଅଭିଯୋଗ ହୋଇଥିଲା। ମୁଖ୍ୟମନ୍ତ୍ରୀ ଗେହଲଟଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ସହାୟତା କରିବାକୁ ଉଦ୍ୟମ କରୁଥିବା ସହଯୋଗୀ ଦଳ ରାଷ୍ଟ୍ରୀୟ ଲୋକତାନ୍ତ୍ରିକ ପାର୍ଟିର ଏମ୍‌ପି ହନୁମାନ ବେନିଓ୍ବାଲ ଅଭିଯୋଗ କରିଥିଲେ। ତାଙ୍କୁ ଏଭଳି ମନ୍ତବ୍ୟ ନ ଦେବାକୁ ଅନୁରୋଧ କରାଯାଇଥିବା ରାଜ୍ୟ ଭାଜପା ସଭାପତି ସତୀଶ ପୁନିଆ କହିଥିଲେ। ବିଦ୍ରୋହୀ କଂଗ୍ରେସ ବିଧାୟକ ଭାଜପା ସହ ମିଶି ସରକାର ବିରୋଧରେ କାର୍ଯ୍ୟ କରୁଥିବାର ଅଡିଓ ଟେପ୍‌ରୁ ସ୍ପଷ୍ଟ ହୋଇଛି ବୋଲି କଂଗ୍ରେସ କହିବା ପରେ ବସୁନ୍ଧରା ଗଣମାଧ୍ୟମକୁ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri