Posted inଜାତୀୟ

‘କଂଗ୍ରେସରେ ବିବାଦ ପାଇଁ ରାଜସ୍ଥାନବାସୀଙ୍କୁ ମୂଲ୍ୟ ଦେବାକୁ ପଡ଼ୁଛି’

ଜୟପୁର,୧୯ା୭: କଂଗ୍ରେସ ଦଳରେ କଳହ ଯୋଗୁ ରାଜସ୍ଥାନର ଜନସାଧାରଣଙ୍କୁ ମୂଲ୍ୟ ଦେବାକୁ ପଡୁଛି। ରାଜ୍ୟ କଂଗ୍ରେସରେ କିଛିଦିନ ହେଲା ସଙ୍କଟ ଲାଗି ରହିଥିବାବେଳେ ବରିଷ୍ଠ ଭାଜପା ନେତ୍ରୀ ତଥା ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଶନିବାର ପ୍ରଥମ ଥର ପାଇଁ ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସହ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ବିଦ୍ରୋହରୁ କଂଗ୍ରେସରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାଜପାକୁ କାଦୁଅ ମଧ୍ୟକୁ ଟାଣିବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି।
କଂଗ୍ରେସରେ ବିବାଦ ଯୋଗୁ ରାଜ୍ୟ ସମ୍ମୁଖୀନ ହୋଇଥିବା ବିଭିନ୍ନ ସମସ୍ୟାର ଏକ ତାଲିକା ଉପସ୍ଥାପନ କରିଛନ୍ତି ଭାଜପା ନେତ୍ରୀ। ରାଜସ୍ଥାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାରରେ ପହଞ୍ଚତ୍ଥିବାବେଳେ ୫୦୦ରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ସେପଟେ ପଙ୍ଗପାଳ ଦଳ ମାଡ଼ିଆସି ଫସଲ ଉଜାଡ଼ିବାରେ ଲାଗିଛନ୍ତି। ରାଜ୍ୟରେ ମହିଳାଙ୍କ ପ୍ରତି ଅପରାଧ ସବୁ ସୀମା ଅତିିକ୍ରମ କରିଥିବାବେଳେ ବିଜୁଳି ସଙ୍କଟ ଦେଖାଦେଇଛି। ଏଭଳି ସମୟରେ ଲୋକଙ୍କ ସମସ୍ୟା ପ୍ରତି ଆଖିବୁଜି ଦେଇ ସରକାରୀ ଦଳ କଳହରେ ଲିପ୍ତ ରହିବା ଦୁର୍ଭାଗ୍ୟଜନକ ବୋଲି ବସୁନ୍ଧରା କହିଛନ୍ତି।
ନିର୍ବାଚିତ ସରକାରକୁ ଭାଙ୍ଗିଦେବା ପାଇଁ ଭାଜପା ଉଦ୍ୟମ କରୁଛି ବୋଲି କଂଗ୍ରେସ ଅଭିଯୋଗ କରିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏହାକୁ ଖଣ୍ଡନ କରିଛନ୍ତି। ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ଭାଙ୍ଗିବା ପରେ ରାଜସ୍ଥାନରେ ସଚିନ ପାଇଲଟଙ୍କ ବିଦ୍ରୋହକୁ ଭାଜପା ସକ୍ରିୟ ସମର୍ଥନ କରୁଥିବା ଅଭିଯୋଗ ହୋଇଥିଲା। ମୁଖ୍ୟମନ୍ତ୍ରୀ ଗେହଲଟଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ସହାୟତା କରିବାକୁ ଉଦ୍ୟମ କରୁଥିବା ସହଯୋଗୀ ଦଳ ରାଷ୍ଟ୍ରୀୟ ଲୋକତାନ୍ତ୍ରିକ ପାର୍ଟିର ଏମ୍‌ପି ହନୁମାନ ବେନିଓ୍ବାଲ ଅଭିଯୋଗ କରିଥିଲେ। ତାଙ୍କୁ ଏଭଳି ମନ୍ତବ୍ୟ ନ ଦେବାକୁ ଅନୁରୋଧ କରାଯାଇଥିବା ରାଜ୍ୟ ଭାଜପା ସଭାପତି ସତୀଶ ପୁନିଆ କହିଥିଲେ। ବିଦ୍ରୋହୀ କଂଗ୍ରେସ ବିଧାୟକ ଭାଜପା ସହ ମିଶି ସରକାର ବିରୋଧରେ କାର୍ଯ୍ୟ କରୁଥିବାର ଅଡିଓ ଟେପ୍‌ରୁ ସ୍ପଷ୍ଟ ହୋଇଛି ବୋଲି କଂଗ୍ରେସ କହିବା ପରେ ବସୁନ୍ଧରା ଗଣମାଧ୍ୟମକୁ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri