Posted inଖେଳ

୨୦୨୫ରେ ବିଶ୍ୱର ଶ୍ରେଷ୍ଠ କ୍ରିକେଟର କିଏ ହେବେ? ଏହି ପ୍ରଶ୍ନର ଏପରି ମଜାଳିଆ ଉତ୍ତର ଦେଲେ ଜାଡେଜା

ଆଗାମୀ ମାସ ଅର୍ଥାତ୍‌ ଏପ୍ରିଲରୁ ଆଇପିଏଲ୍‌ (ଆଇପିଏଲ୍‌ ୨୦୨୧) ଆରମ୍ଭ ହେବ। ଏହାକୁ ନେଇ ପ୍ରଶଂସକ ଉତ୍ସାହିତ ହୋଇପଡ଼ିଛନ୍ତି। ଏପରିକି କିଛି ଖେଳାଳି ଅଭ୍ୟାସ କରିବା ଆରମ୍ଭ କରିଦେଇଛନ୍ତି। ପୂର୍ବ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ ଏବି ଡେଭିଲିୟର୍ସ ଏବଂ ଭାରତର ପୂର୍ବତନ ଅଧିନାୟକ ଏମ୍‌ଏସ୍‌ ଧୋନୀ ଓହ୍ଲାଇ ସାରିଲେଣି। ଫ୍ରାଞ୍ଚାଇଜ୍‌ ମଧ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ସକ୍ରିୟ ହେବା ସହ ପୋଷ୍ଟ କରି ପ୍ରଶଂସକଙ୍କ ସହ ଯୋଡି ହେଉଛି। ଏହାରି ମଧ୍ୟରେ ରାଜସ୍ଥାନ ରୟାଲ୍ସ ପ୍ରଶଂସକଙ୍କୁ ଏକ ପ୍ରଶ୍ନ ପଚାରିଥିଲା। ଏହା ଉପରେ ଚେନ୍ନାଇ ସୁପର କିଙ୍ଗ୍ସ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମଜାଳିଆ ଉତ୍ତର ଦେଇଛନ୍ତି। ଯାହାକୁ ଖୁବ୍‌ ଭାଇରାଲ ହେବାରେ ଲାଗିଛି।
୨୦୨୫ରେ ବିଶ୍ୱର ଶ୍ରେଷ୍ଠ କ୍ରିକେଟର କିଏ ହେବ ବୋଲି ରାଜସ୍ଥାନ ରୟାଲ୍ସ ପ୍ରଶ୍ନ କରିଥିଲା। ଏହା ପରେ ଲୋକମାନେ କମେଣ୍ଟ କରିବା ଆରମ୍ଭ କରିଦେଇଛନ୍ତି। କେହି କେ. ଏଲ୍‌ ରାହୁଲ ତ ଆଉ କେହି ରିଷଭ ପନ୍ତଙ୍କ ନାମ ନେଇଥିଲେ। ଅନେକ ଲୋକ ବିରାଟ କୋହଲି ସେହି ସମୟରେ ଶ୍ରେଷ୍ଠ ବୋଲି ନିଜକୁ ପ୍ରମାଣିତ କରିପାରିବେ ବୋଲି କହିଥିଲେ। ଏହା ମଧ୍ୟରେ ଭାରତୀୟ ଦଳର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମଜାଳିଆ କମେଣ୍ଟ କରିଛନ୍ତି। ସେ ଉତ୍ତରରେ ନିଜ ନାମ ଲେଖିଛନ୍ତି।
ପ୍ରକାଶ ଯେ, ପ୍ରଶଂସକମାନେ ରବୀନ୍ଦ୍ର ଜାଡେଜାଙ୍କ ଫେରିବାକୁ ଅପେକ୍ଷା କରି ରହିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ସମୟରେ ତାଙ୍କ ଆଙ୍ଗୁଠିରେ ଆଘାତ ଲାଗିବାରୁ ସେ କ୍ରିକେଟ ଠାରୁ ଦୂରେଇ ଯାଇଥିଲେ। ଏବେ ଜାଡେଜାଙ୍କୁ ଆଇପିଏଲ୍‌ରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri