Posted inଖେଳ

୨୦୨୫ରେ ବିଶ୍ୱର ଶ୍ରେଷ୍ଠ କ୍ରିକେଟର କିଏ ହେବେ? ଏହି ପ୍ରଶ୍ନର ଏପରି ମଜାଳିଆ ଉତ୍ତର ଦେଲେ ଜାଡେଜା

ଆଗାମୀ ମାସ ଅର୍ଥାତ୍‌ ଏପ୍ରିଲରୁ ଆଇପିଏଲ୍‌ (ଆଇପିଏଲ୍‌ ୨୦୨୧) ଆରମ୍ଭ ହେବ। ଏହାକୁ ନେଇ ପ୍ରଶଂସକ ଉତ୍ସାହିତ ହୋଇପଡ଼ିଛନ୍ତି। ଏପରିକି କିଛି ଖେଳାଳି ଅଭ୍ୟାସ କରିବା ଆରମ୍ଭ କରିଦେଇଛନ୍ତି। ପୂର୍ବ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ ଏବି ଡେଭିଲିୟର୍ସ ଏବଂ ଭାରତର ପୂର୍ବତନ ଅଧିନାୟକ ଏମ୍‌ଏସ୍‌ ଧୋନୀ ଓହ୍ଲାଇ ସାରିଲେଣି। ଫ୍ରାଞ୍ଚାଇଜ୍‌ ମଧ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ସକ୍ରିୟ ହେବା ସହ ପୋଷ୍ଟ କରି ପ୍ରଶଂସକଙ୍କ ସହ ଯୋଡି ହେଉଛି। ଏହାରି ମଧ୍ୟରେ ରାଜସ୍ଥାନ ରୟାଲ୍ସ ପ୍ରଶଂସକଙ୍କୁ ଏକ ପ୍ରଶ୍ନ ପଚାରିଥିଲା। ଏହା ଉପରେ ଚେନ୍ନାଇ ସୁପର କିଙ୍ଗ୍ସ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମଜାଳିଆ ଉତ୍ତର ଦେଇଛନ୍ତି। ଯାହାକୁ ଖୁବ୍‌ ଭାଇରାଲ ହେବାରେ ଲାଗିଛି।
୨୦୨୫ରେ ବିଶ୍ୱର ଶ୍ରେଷ୍ଠ କ୍ରିକେଟର କିଏ ହେବ ବୋଲି ରାଜସ୍ଥାନ ରୟାଲ୍ସ ପ୍ରଶ୍ନ କରିଥିଲା। ଏହା ପରେ ଲୋକମାନେ କମେଣ୍ଟ କରିବା ଆରମ୍ଭ କରିଦେଇଛନ୍ତି। କେହି କେ. ଏଲ୍‌ ରାହୁଲ ତ ଆଉ କେହି ରିଷଭ ପନ୍ତଙ୍କ ନାମ ନେଇଥିଲେ। ଅନେକ ଲୋକ ବିରାଟ କୋହଲି ସେହି ସମୟରେ ଶ୍ରେଷ୍ଠ ବୋଲି ନିଜକୁ ପ୍ରମାଣିତ କରିପାରିବେ ବୋଲି କହିଥିଲେ। ଏହା ମଧ୍ୟରେ ଭାରତୀୟ ଦଳର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମଜାଳିଆ କମେଣ୍ଟ କରିଛନ୍ତି। ସେ ଉତ୍ତରରେ ନିଜ ନାମ ଲେଖିଛନ୍ତି।
ପ୍ରକାଶ ଯେ, ପ୍ରଶଂସକମାନେ ରବୀନ୍ଦ୍ର ଜାଡେଜାଙ୍କ ଫେରିବାକୁ ଅପେକ୍ଷା କରି ରହିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ସମୟରେ ତାଙ୍କ ଆଙ୍ଗୁଠିରେ ଆଘାତ ଲାଗିବାରୁ ସେ କ୍ରିକେଟ ଠାରୁ ଦୂରେଇ ଯାଇଥିଲେ। ଏବେ ଜାଡେଜାଙ୍କୁ ଆଇପିଏଲ୍‌ରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri