Posted inଖେଳ

ରାଜସ୍ଥାନ ରୟାଲ୍ସର ପ୍ରଥମ ବିଜୟ, ଚେନ୍ନାଇର ଦ୍ୱିତୀୟ ପରାଜୟ

ଗୁଆହାଟୀ, ୩୦।୩: ନୀତୀଶ ରାଣାଙ୍କ ବିସ୍ଫୋରକ ୮୧ ରନ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ପ୍ରଭାବୀ ବୋଲିଂ ସହାୟତାରେ ରାଜସ୍ଥାନ ରୟାଲ୍ସ ଚଳିତ ଆଇପିଏଲ୍‌ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ରବିବାର ଅନୁଷ୍ଠିତ ରୋମାଞ୍ଚକ ମ୍ୟାଚରେ ଏହି ଦଳ ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ରନରେ ପରାସ୍ତ କରିଛି। ରାଜସ୍ଥାନ ରୟାଲ୍ସ ୨୦ ଓଭରରେ ୯ ଉଇକେଟ ହରାଇ ୧୮୨ ରନ କରିଥିଲା।

ଜବାବରେ ଋତୁରାଜ ଓ ଜାଡେଜାଙ୍କ ଉଦ୍ୟମ ସତ୍ତ୍ୱେ ଚେନ୍ନାଇ ୨୦ ଓଭରରେ ୬ ଉଇକେଟ ହରାଇ ୧୭୬ ରନ କରି ପାରିଥିଲା। ଗାଏକ୍ୱାଡ୍‌ ସର୍ବାଧିକ ୬୩ ରନ କରିଥିବାବେଳେ ଜାଡେଜା ୩୨ ରନରେ ଅପରାଜିତ ରହିଥିଲେ। ମହେନ୍ଦ୍ର ସିଂ ଧୋନୀ ୧୧ ବଲ୍‌ରୁ ୧୬ ରନକରି ଆଉଟ ହେବାସହ ଚେନ୍ନାଇ ବିଜୟ ମଳିନ ପଡ଼ି ଯାଇଥିଲା। ରାଜସ୍ଥାନ ବୋଲରଙ୍କ ମଧ୍ୟରେ ହସରଙ୍ଗା ସର୍ବାଧିକ ୪ଟି ଉଇକେଟ ନେଇଥିଲେ। ୩ ମ୍ୟାଚରୁ ଏହାଥିଲା ରାଜସ୍ଥାନର ପ୍ରଥମ ବିଜୟ। ଅନ୍ୟପକ୍ଷରେ ଚେନ୍ନାଇ ଦଳ ୩ ମ୍ୟାଚରୁ ଦ୍ୱିତୀୟ ପରାଜୟ ବରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚାରା ନାହିଁ

ଓଡ଼ିଆରେ କଥା ଅଛି ‘ଆଉ ଚାରା ନାହିଁ’। ଅର୍ଥାତ୍‌ ଆଉ କିଛି ଉପାୟ ନ ଥିଲେ ବାଧ୍ୟ ହେବା ସ୍ଥିତିକୁ ଲକ୍ଷ୍ୟ କରାଯାଇ ଏଭଳି କୁହାଯାଇଥାଏ। ଗୋଟିଏ…

୨୨ ଚୌକା, ୧୧ ଛକା: ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ, ଭାରତ ବିଶ୍ୱକପ୍‌ରେ…

ବୁଲାୱାୟୋ,୨୮।୧: ୧୯ ବର୍ଷରୁ କମ ବିଶ୍ୱକପର ସୁପର ସିକ୍ସ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଭାରତ ୩୫୨ ରନ କରିଥିଲା। ଏହି ମ୍ୟାଚ ବୁଲାୱାୟୋରେ ଖେଳାଯାଉଛି। ଟିମ…

ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ, ୩୦ ଜିଲାରେ ବନ୍ଦ ରହିବ…

ଭୁବନେଶ୍ୱର,୨୮ା୧(ସୁନିତ୍‌ ମିଶ୍ର): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର…

ଅଡୁଆରେ କର୍ଣ୍ଣାଟକ ସରକାର: ୬,୦୦୦ କୋଟିର ମଦ ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ,୨୭।୧: କର୍ଣ୍ଣାଟକର କଂଗ୍ରେସ ସରକାର ଏକ ବଡ଼ ଧରଣର ଦୁର୍ନୀତି ଅଭିଯୋଗର ଘେରକୁ ଆସିଛନ୍ତି। ରାଜ୍ୟ ଅବକାରୀ ବିଭାଗରେ ଗତ ଦୁଇ ବର୍ଷ ମଧ୍ୟରେ ପ୍ରାୟ ୬,୦୦୦…

ଭାରତ-EU ମୁକ୍ତ ବାଣିଜ୍ୟ ଚୁକ୍ତି: କେଉଁ ରାଜ୍ୟକୁ ମିଳିବ କେତେ ଫାଇଦା? ଜାଣନ୍ତୁ

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ (EU) ମଧ୍ୟରେ ସ୍ୱାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି (FTA)। ଏହି ଚୁକ୍ତି ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଏକ…

ବଦଳିବ କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପ: ୪୦କୁ ବୃଦ୍ଧି ପାଇବ ଆଇସିୟୁ ଶଯ୍ୟା ସଂଖ୍ୟା

ଭୁବନେଶ୍ୱର,୨୭।୧: ରାଜଧାନୀବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲର ଭିତ୍ତିଭୂମି ଓ ସ୍ୱାସ୍ଥ୍ୟସେବାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ମଙ୍ଗଳବାର ଅନୁଷ୍ଠିତ ରୋଗୀ…

ଆଉ ଶୁଭିବନି ଅରିଜିତଙ୍କ ସ୍ୱର: ଅବସର ଘୋଷଣା କରି ସମସ୍ତଙ୍କୁ ଚମକାଇଲେ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ପ୍ଲେବ୍ୟାକ୍ ଗାୟକ ଅରିଜିତ୍ ସିଂ ମଙ୍ଗଳବାର ଏକ ବଡ଼ ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେ ଚଳଚ୍ଚିତ୍ର ପାଇଁ କଣ୍ଠଦାନ ବା…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri