ରାଜସ୍ଥାନ ରୟାଲ୍ସକୁ ଫେରିଲେ ଓ୍ବର୍ନ

ଦୁବାଇ, ୧୫।୯: ଅଷ୍ଟ୍ରେଲିଆର ପୂର୍ବତନ ମହାନ ଲେଗ୍‌-ସ୍ପିନର ଶେନ୍‌ ଓ୍ବର୍ନ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଟିମ୍‌ ରାଜସ୍ଥାନ ରୟାଲ୍ସକୁ ପୁଣିଥରେ ଫେରିଛନ୍ତି। ଓ୍ବର୍ନଙ୍କୁ ରାଜସ୍ଥାନ ଦଳର ପରାମର୍ଶଦାତା ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ସେ ମଧ୍ୟ ଦଳର ବ୍ରାଣ୍ଡ୍‌ ଆମ୍ବାସାଡ଼ର ଭାବେ ଦାୟିତ୍ୱ ତୁଲାଉଛନ୍ତି। ୨୦୦୮ରେ ଆଇପିଏଲ୍‌ ଆରମ୍ଭ ହେବ ଦିନଠାରୁ ଅଷ୍ଟ୍ରେଲିଆର ଏହି କିମ୍ବଦନ୍ତୀ କ୍ରିକେଟର୍‌ ରାଜସ୍ଥାନ ସହ ଜଡ଼ିତ ରହିଛନ୍ତି। ଓ୍ବର୍ନଙ୍କ ନେତୃତ୍ୱରେ ରାଜସ୍ଥାନ ୨୦୦୮ରେ ଆଇପିଏଲ୍‌ର ଉଦ୍‌ଘାଟନୀ ସଂସ୍କରଣ ଟାଇଟଲ୍‌ ଜିତିବାର ସୌଭାଗ୍ୟ ଲାଭ କରିଥିଲା। ରାଜସ୍ଥାନର ମୁଖ୍ୟ କୋଚ୍‌ ଆଣ୍ଡ୍ରିଉ ମ୍ୟାକ୍‌ଡୋନାଲ୍ଡଙ୍କ ସହ ଓ୍ବର୍ନ ଏବେ ଏକାଠି କାମ କରିବେ। ନୂଆ ନିଯୁକ୍ତିକୁ ନେଇ ଓ୍ବର୍ନ କହିଛନ୍ତିି, ‘ରାଜସ୍ଥାନ ମୋ ଟିମ୍‌ ଓ ମୋ ପରିବାର। ଯେଉଁ ଫ୍ରାଞ୍ଚାଇଜକୁ ମୁଁ ଏତେ ଭଲ ପାଉଛି , ତାହା ପାଇଁ ସମସ୍ତ ସ୍ତରରେ କାମ କରିବାକୁ ପ୍ରସ୍ତୁତ ରହିଛି।’ ଏଠାରେ ପ୍ରକାଶଯୋଗ୍ୟ, ଆଇପିଏଲ୍‌ ସିଜନ-୧୩ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri