Categories: Home Leftଖେଳ

ପ୍ରଥମେ ବ୍ୟାଟିଂ କରିବ ଚେନ୍ନାଇ

ମୁମ୍ବାଇ,୧୯।୪ : ଓ୍ବାଙ୍ଖଡେ ଷ୍ଟାଡିୟମରେ ସୋମବାର ଖେଳାଯିବାକୁ ଥିବା ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିବ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଠାରେ କାକର ପଡ଼ିବାର ସମ୍ଭାବନା ଅଛି। ଆଉ ଏହି ପିଚ୍‌ରେ ଟାର୍ଗେଟର ପିଛା କରିବା ସହଜ। ଏହାକୁ ଦୃଷ୍ଟିରେ ରଖି ବୋଲିଂ ନିଷ୍ପତ୍ତି ନେଇଛନ୍ତି ସାମସନ। ଦୁଇ ଦଳରେ କୌଣସି ପରିବର୍ତ୍ତନ ହୋଇ ନାହିଁ।