ପିପିଇ କିଟ୍‌ ପିନ୍ଧି ଆଇପିଏଲ୍‌ ଖେଳିବାକୁ ଗଲେ ଖେଳାଳି

ଜୟପୁର, ୨୦।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଚଳିତ ବର୍ଷ କରୋନା ମହାମାରୀ ଲାଗି ୟୁଏଇରେ ଅନୁଷ୍ଠିତ ହେବ। ସେପ୍ଟେମ୍ବର ୧୯ରୁ ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟ ଖେଳାଯିବ। ଏଥିଲାଗି ଆଇପିଏଲ୍‌ ଦଳ ରାଜସ୍ଥାନ ରୟାଲ୍ସ ଦଳ ଗୁରୁବାର ୟୁଏଇ ଅଭିମୁଖେ ଯାତ୍ରା କରିଛି। ଦଳର ସମସ୍ତ ଖେଳାଳି ପିପିଇ କିଟ୍‌ ପରିଧାନ କରି ବିମାନ ବନ୍ଦରରେ ପହଞ୍ଚତ୍ଥିଲେ। ବରିଷ୍ଠ ଖେଳାଳି ରବିନ ଉଥପ୍ପା ମଧ୍ୟ ପିପିଇ କିଟ୍‌ ପରିଧାନ କରିଥିବା ଦେଖିବାକୁ ମିଳିଥିଲା। ଏଥିସହିତ ଖେଳାଳିମାନେ ମୁହଁରେ ପିଙ୍କ୍‌ ରଙ୍ଗର ମାସ୍କ ମଧ୍ୟ ପିନ୍ଧିଥିଲେ। ରାଜସ୍ଥାନର କିଛି ଖେଳାଳି ମଧ୍ୟ ୟୁଏଇ ଗସ୍ତ ସମୟର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଦଳର ଅନ୍ୟତମ ବରିଷ୍ଠ ଖେଳାଳି ତଥା ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ୍‌ ଜାତୀୟ ଡ୍ୟୁଟି ଲାଗି ଆଇପିଏଲ୍‌ର ପ୍ରଥମ ସପ୍ତାହରେ ଅଂଶଗ୍ରହଣ କରିପାରିବେ ନାହିଁ ବୋଲି ଜଣାପଡ଼ିଛି। ସେହିଭଳି ଇଂଲଣ୍ଡ ଖେଳାଳି ଜୋଫ୍ରା ଆର୍ଚର, ବେନ୍‌ ଷ୍ଟୋକ୍ସ ଓ ଜୋସ୍‌ ବଟ୍‌ଲର ମଧ୍ୟ ରାଜସ୍ଥାନ ପକ୍ଷରୁ ପ୍ରଥମ ସପ୍ତାହ ମ୍ୟାଚ୍‌ ଖେଳିପାରିବେ ନାହିଁ। ସେପ୍ଟେମ୍ବର ୪ରୁ ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ଦ୍ୱିପାକ୍ଷିକ ସୀମିତ ଓଭର ସିରିଜ ଅନୁଷ୍ଠିତ ହେବାକୁ ଥିବାରୁ ଏହି ଦୁଇଦେଶର ଖେଳାଳି ଆଇପିଏଲ୍‌ର ପ୍ରଥମ ସପ୍ତାହରେ ସେମାନଙ୍କ ଫ୍ରାଞ୍ଚାଇଜ ପକ୍ଷରୁ ଭାଗ ନେଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri