Posted inଖେଳ

ଲକ୍ଷ୍ନୌକୁ ହରାଇ ରାଜସ୍ଥାନର ବିଜୟ ଅଭିଯାନ ଆରମ୍ଭ

ଜୟପୁର,୨୩।୩: ସୱାଇ ମାନସିଂହ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)-୨୦୨୪ର ଚତୁର୍ଥ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୨୦ ରନ୍‌ରେ ପରାସ୍ତ କରିଛି। ୧୯୪ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୩ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଲକ୍ଷ୍ନୌର ନିକୋଲାସ ପୁରନ ସର୍ବାଧିକ ୬୪ ରନ୍‌ କରି ଅପରାଜିତ ରହିଥିଲେ। ସେ ୪୧ଟି ବଲ ଖେଳି ୪ ଉଚକା ଏବଂ ୪ଟି ଛକା ମାରିଥିଲେ। ଅଧିନାୟକ କେଏଲ୍‌ ରାହୁଲ ୪୪ଟି ବଲ ଖେଳି ୪ ଉଚକା ଓ ୨ ଛକା ବଳରେ ୫୮ ରନ୍‌ ସଂଗ୍ରହ କରିଥିଲେ। ସେହିପରି ଦୀପକ ଚାହର ୧୩ ବଲ୍‌ ଖେଳି ୨ଚଉକା ଏବଂ ୨ ଟି ଛକା ସହାୟତାରେ ୨୬ ରନ୍‌ କରିଥିଲେ। ଅନ୍ୟ ବ୍ୟାଟରଙ୍କ ପ୍ରଦର୍ଶନ ବେଶ୍‌ ଉତ୍ସହ ଜନକ ନ ଥିଲା। ରାଜସ୍ଥାନ ପକ୍ଷରୁ ଟ୍ରେଣ୍ଟ ବୋଲ୍ଟ ୨ଟି ଉଇକେଟ ଅକ୍ତିଆର କରିଥିବା ବେଳେ ନନ୍ଦ୍ରେ ବୁରଗେଲ, ରବିଚନ୍ଦ୍ରନ ଅଶ୍ବିନ, ୟୁଜବେନ୍ଦ୍ର ଚହଲ ଏବଂ ସନ୍ଦୀପ ଶର୍ମା ପ୍ରମୁଖ ଗୋଟିଏ ଲେଖାଏଁ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।

ଅଧିନାୟକ ସଞ୍ଜୁ ସାମସନଙ୍କ ଅପରାଜିତ ୮୨ ରନ୍‌ ଅର୍ଦ୍ଧଶତକ ବଳରେ ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୯୩ ରନ୍‌ ସଂଗ୍ରହ କରିଥିଲା। ଫଳରେ ଲକ୍ଷ୍ନୌ ଆଗରେ ୧୯୪ ରନ୍‌ର ବିଜୟ ଟାର୍ଗେଟ୍‌ ରହିଥିଲା। ହେଲେ ଲକ୍ଷ୍ନୌ ୨୦ ଓଭରରେ ୬ ଉଇକେଟ ହରାଇ ୧୭୩ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri