Posted inଖେଳ

ରାଜସ୍ଥାନକୁ ଶୀର୍ଷରେ ପହଞ୍ଚାଇଲେ ଚହଲ

ମୁମ୍ବାଇ,୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ରବିବାର ୨୦ତମ ମ୍ୟାଚରେ ରାଜସ୍ଥାନ ରାୟାଲ୍ସ ୩ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସକୁ ପରାସ୍ତ କରିଛି। ରାଜସ୍ଥାନ ୨୦ ଓଭରରେ ୬ ଉଇକେଟ ହରାଇ ୧୬୫ ରନ୍‌ କରିଥିଲା। ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୬୨ ରନ୍‌ରେ ସୀମିତ ରହିଥିଲା। ଚଳିତ ଆଇପିଏଲ୍‌ ସିଜନରେ ତୃତୀୟ ବିଜୟ ସହ ରାଜସ୍ଥାନ ଟେବୁଲର ଶୀର୍ଷକୁ ଉନ୍ନୀତ ହୋଇଛି।

ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଏହାକୁ ସଠିକ୍‌ ପ୍ରମାଣ କରିଥିଲେ ବୋଲର। ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୬୫ ରନ୍‌ରେ ଅଟକି ଯାଇଥିଲା। ଫଳରେ ଲକ୍ଷ୍ନୌ ଆଗରେ ବିଜୟ ପାଇଁ ୧୬୬ ରନ୍‌ର ଟାଗେର୍ଟ ରଖିଥିଲା ରାଜସ୍ଥାନ। ହେଲେ ଲକ୍ଷ୍ନୌ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଲକ୍ଷ୍ନୌ ୨୦ ଓଭରରେ ୮ ଉଇକେଟ ହରାଇ ୧୬୨ ରନ୍‌ କରିଥିଲା। ୟୁଜବେନ୍ଦ୍ର ଚହଲ ୪ ଉଇକେଟ ନେଇ ରାଜସ୍ଥାନକୁ ବିଜୟ କରାଇଥିଲେ। ଟ୍ରେଣ୍ଟ ବୋଲ୍ଟ ୨ ଉଇକେଟ ନେଇଥିବା ବେଳେ ପ୍ରସିଦ୍ଧ କ୍ରିଷ୍ଣା ଏବଂ କୁଲଦୀପ ସେନ୍‌ ଗୋଟିଏ ଲେଖାଏ ଉଇକେଟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri