Posted inଖେଳ

ଚେନ୍ନାଇକୁ ହରାଇ ରାଜସ୍ଥାନ ଶୀର୍ଷରେ

ଜୟପୁର,୨୭।୪: ଜୟପୁରର ସାଓ୍ବାଇ ମାନ୍‌ସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୩୭ ତମ ହାଇସ୍କୋରିଂ ମ୍ୟାଚ୍‌ରେ ଅଧିନାୟକ ସଞ୍ଜୁ ସାମ୍‌ସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ୩୨ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ରାଜସ୍ଥାନ ୧୦ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ପହଞ୍ଚିଛି। ରାଜସ୍ଥାନ ଟସ୍‌ ଜିତି ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୨୦୨ ରନ୍‌ କରିଥିଲା। ଫଳରେ ଚେନ୍ନାଇ ସୁପର କିଙ୍ଗ୍ସ ଆଗରେ ୨୦୩ ରନ୍‌ର ବିଶାଳ ଟର୍ଗେଟ୍‌ ରଖିଥିଲା ରାଜସ୍ଥାନ। ହେଲେ ଚେନ୍ନାଇ ୨୦ ଓଭରରେ ୬ ଉଇକେଟ ହରାଇ ୧୭୦ ରନ୍‌ କରିବାରେ ସକ୍ଷମ ହୋଇଥିଲା।

୨୦୩ ରନ୍‌ ଜବାବରେ ଚେନ୍ନାଇର ବ୍ୟାଟିଂ ଧୀମା ରହିଥିଲା। ପାଓ୍ବାର ପ୍ଲେରେ ଡେଭନ୍‌ କନ୍‌ଓ୍ବେ(୮)ଙ୍କ ଉଇକେଟ ହରାଇ ଦଳ ମାତ୍ର ୪୨ ରନ୍‌ କରିଥିଲା। ଅଜିଙ୍କ୍ୟ ରାହାନେ(୧୫) ରନ୍‌ କରିବାରେ ସକ୍ଷମ ହୋଇଥିଲେ। ଋତୁରାଜ ଗାଏକ୍ୱାଡ ୪୭ ରନ୍‌ କରିଥିଲେ ହେଁ ଏହା ଦଳ ପାଇଁ ଯଥେଷ୍ଟ ହୋଇ ନ ଥିଲା। ରବିଚନ୍ଦ୍ରନ ଅଶ୍ୱିନ ଗୋଟିଏ ଓଭରରେ ରାହାନେ ଓ ଅମ୍ବାତି ରାୟୁଡୁଙ୍କୁ ଆଉଟ୍‌ କରି ଚେନ୍ନାଇକୁ ବ୍ୟାକଫୁଟକୁ ଠେଲି ଦେଇଥିଲେ। ଶିବମ୍‌ ଦୁବେ ୫୨ ରନ୍‌ କରି ଶେଷ ବଲରେ ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୋଇନ୍‌ ଅଲୀ ଓ ରବୀନ୍ଦ୍ର ଜାଡେଜା ୨୩ ରନ୍‌ ଲେଖାଏ ସ୍କୋର କରିଥିଲେ। ରାଜସ୍ଥାନ ପକ୍ଷରୁ ଆଡାମ ଜାମ୍ପା ୩ ଉଇକେଟ ନେଇଥିବା ବେଳେ ରବିଚନ୍ଦ୍ରନ ଅଶ୍ୱିନ ୨ ଏବଂ କୁଲଦୀପ ଯାଦବ ଗୋଟିଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri