Posted inଖେଳ

ମୁମ୍ବାଇକୁ ହରାଇ ରାଜସ୍ଥାନର ତୃତୀୟ ବିଜୟ

ମୁମ୍ବାଇ,୧ା୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ ୨୦୨୪ର ୧୪ତମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୬ଉଇକେଟରେ ହରାଇ ହ୍ୟାଟ୍ରିକ୍‌ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟ୍ରେଣ୍ଟ ବୋଲ୍ଟ ଓ ୟୁଜବେନ୍ଦ୍ର ଚହଲ ୩ ଉଇକେଟ ନେଇଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ୧୨୫/୯ରେ ସୀମିତ ରହିଥିଲା। ଜବାବରେ ରାଜସ୍ଥାନ ୧୫.୩ ଓଭରରେ ୪ ଉଇକେଟ ହରାଇ ୧୨୭ ରନ୍‌ କରି ବିଜୟୀ ହୋଇଥିଲା।

ଟସ୍‌ ହାରି ରାଜସ୍ଥାନ ପ୍ରଥମେ ବୋଲିଂ କରିଥିଲା। ପ୍ରଥମ ଓଭରରେ ଖାତା ଖୋଲିବା ଆଗରୁ ରୋହିତ ଶର୍ମା ଓ ନମନ ଧୀରଙ୍କୁ ଆଉଟ କରିଥିଲେ ବୋଲ୍ଟ। ଡଓ୍ବୋଲ୍ଡ ବ୍ରେଭିସ୍‌ ଇମ୍ପାକ୍ଟ ସବ୍‌ ଭାବରେ ଆସିଥିଲେ ମଧ୍ୟ ଖାତା ଖୋଲିବା ଆଗରୁ ବୋଲ୍ଟଙ୍କ ଶିକାର ହୋଇଥିଲେ। ଇଶାନ କିଶନ ୧୬ ରନ୍‌ ଆଉଟ ହେବାରୁ ମୁମ୍ବାଇ ୨୦ ରନ୍‌ରେ ୪ ଉଇକେଟ ହରାଇଥିଲା। ପରବର୍ତ୍ତୀ ଦୁଇ ବ୍ୟାଟର ହାର୍ଦ୍ଦିକ ପାଣ୍ଡ୍ୟା ୩୪ ଓ ତିଳକ ବର୍ମା ୩୨ ରନ କାଉଣ୍ଟର ଆଟାକ କରିଥିଲେ। ରାଜସ୍ଥାନ ପକ୍ଷରୁ ଟ୍ରେଣ୍ଟ ବୋଲ୍ଟ ଓ ୟୁଜବେନ୍ଦ୍ର ଚହଲ ୩ଟି ଲେଖାଏ,ନାନ୍ଦ୍ରେ ବର୍ଗର ୨ ଓ ଆଭେଶ ଖାନ୍‌ ଗୋଟିଏ ଉଇକେଟ ନେଇଥିଲେ। ୧୨୬ ରନ୍‌ର ପିଛା କରୁଥିବା ରାଜସ୍ଥାନ ପକ୍ଷରୁ ରିୟାନ ପରାଗ ଅପରାଜି ୫୪ ରନ କରିଥିଲେ। ୩୯ ବଲ୍‌ର ଇନିଂସରେ ସେ ୫ ଚୌକା ଓ ୩ ଛକା ମାରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ରବିଚନ୍ଦ୍ରନ ଅଶ୍ୱିନ ୧୬, ଜୋଶ ବଟଲର ୧୩, ସଞ୍ଜୁ ସାମସନ ୧୨ ଓ ଯଶସ୍ବୀ ଜୟସ୍ବାଲ ୧୦ ରନ୍‌ କରିଥିଲେ। ମୁମ୍ବାଇ ପକ୍ଷରୁ ଆକାଶ ମଧଓ୍ବାଲ ୩ ଓ କ୍ୱେନା ମଫାକା ୧ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?