Posted inଜାତୀୟ

ରାଜସ୍ଥାନ ଝଡ଼ ଏବେ ପଞ୍ଜାବ ମୁହାଁ…

ନୂଆଦିଲ୍ଲୀ, ୧୩।୮: କଂଗ୍ରେସରେ ବିଦ୍ରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜସ୍ଥାନରେ ସଚିନ ପାଇଲଟ୍‌ଙ୍କୁ ନେଇ ଦେଖାଦେଇଥିବା ଝଡ଼ ଶାନ୍ତ ପଡ଼ିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ କୂଟନୀତି ଏବଂ ହାଇକମାଣ୍ଡଙ୍କ ଚତୁରତା ଯୋଗୁ ସଚିନ୍‌ ଗେହଲଟଙ୍କ ମଧ୍ୟରେ ଥିବା ମନୋମାଳିନ୍ୟର ଅନ୍ତ ଘଟିଛି। କିନ୍ତୁ ଏବେ ରାଜସ୍ଥାନର ଝଡ଼ ପଞ୍ଜାବ ମୁହାଁ ହେବାରେ ଲାଗିଛି। ପଞ୍ଜାବରେ ଘଟିଥିବା ମଦମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କୁ କଂଗ୍ରେସ ସଦସ୍ୟମାନେ ବିରୋଧ କରୁଛନ୍ତି। ଏଥିରେ କଂଗ୍ରେସର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ପ୍ରତାପ ସିଂ ବାଜଓ୍ବା ଏବଂ ଶମଶେର ସିଂ ଦୁଲୋ ଆଗଧାଡ଼ିରେ ରହିଛନ୍ତି। ରାଜ୍ୟର ମାମଲା ଏବେ ଦିଲ୍ଲୀରେ ହାଇକମାଣ୍ଡଙ୍କ ପାଖରେ ପହଞ୍ଚିଛି। ଏହାକୁ ନେଇ ହାଇକମାଣ୍ଡଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଏହାର ସମାଧାନର ପଥ ଖୋଜୁଛନ୍ତି। ରାଜ୍ୟକୁ ମଦମୁକ୍ତ କରିବା ଲାଗି ପଦକ୍ଷେପ ଗ୍ରହଣ କରାଯିବ ବୋଲି ନିର୍ବାଚନ ସମୟରେ କଂଗ୍ରେସ ପ୍ରତିଶ୍ରୁତି ଦେଇଥିଲା। ତେବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଗତ ୪ ବର୍ଷ ମଧ୍ୟରେ କୌଣସି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରି ନ ଥିବା ବାଜଓ୍ବା ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କ ସମେତ ପ୍ରଦେଶ ଅଧ୍ୟକ୍ଷ ସୁନୀଲ ଝାଖଡ଼ଙ୍କୁ ହଟାଇବା ହାଇକମାଣ୍ଡଙ୍କୁ ଅନୁରୋଧ କରିଛନ୍ତିି। ଏବେ ହାଇକମାଣ୍ଡଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କର ଆଖି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?