ନାବାଳିକାଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ହତ୍ୟା: ୨ଜଣଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କଲେ ପୋକ୍ସୋ କୋର୍ଟ

ଜୟପୁର,୨୯।୪: ଗତ ବର୍ଷ ଜଣେ ୧୫ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର ଏବଂ ନିର୍ମମ ଭାବେ ହତ୍ୟା ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କରିଛନ୍ତି ରାଜସ୍ଥାନର ଏକ ପୋକ୍ସୋ କୋର୍ଟ। ୨୦୨୧ ଡିସେମ୍ବର ୨୩ରେ ଘଟିଥିବା ଏହି ଜଘନ୍ୟ କାଣ୍ଡ ଉପରେ ଶୁଣାଣି କରି ବିଚାରପତି ବାଳକୃଷ୍ଣ ମିଶ୍ର ଅଭିଯୁକ୍ତ ସୁଲତାନ୍‌(୨୭) ଏବଂ ଛୋଟୁଲାଲ୍‌(୬୨)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତା ୧୧ ଦିନ ମଧ୍ୟରେ କୋର୍ଟର ଆଦେଶକୁ କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଉଭୟ ଅଭିଯୁକ୍ତଙ୍କ ଉପରେ ୧.୨୦ ଲକ୍ଷର ଜରିମାନା ଲଗାଯାଇଛି। ତେବେ ପୋକ୍ସୋ କୋର୍ଟରେ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦିଆଯିବା ଦେଶରେ ପ୍ରଥମ ବୋଲି ପବ୍ଲିକ୍‌ ପ୍ରୋସିକ୍ୟୁଟର ମହାବିର ସିଂହ ଦାବି କରିଛନ୍ତି।

ବୁନ୍ଦି ପୋଲିସ ଅଧୀକ୍ଷକ ଜୟ ଯାଦବ ଏନେଇ ସୂଚନା ଦେଇ କହିଛନ୍ତି, ୨୦୨୧ ଡିସେମ୍ବର ୨୩ରେ ବାସୋଲି ପୋଲିସ ଷ୍ଟେଶନ ଅନ୍ତର୍ଗତ ଏକ ଜଙ୍ଗଲରୁ ଉଲଗ୍ନ ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ନାବାଳିକାଜଣଙ୍କ ଛେଳି ଚରାଇବାକୁ ଯାଇଥିବା ବେଳେ ୩ଜଣ ତାଙ୍କୁ ଅପହରଣ କରିନେଇ ବଳାତ୍କାର କରିଥିଲେ। ପରେ ତାଙ୍କର ଗଳାକାଟି ହତ୍ୟା କରିଥିଲେ। ମୃତ୍ୟୁ ପରେ ମଧ୍ୟ ସେମାନେ ତାଙ୍କୁ ବଳାତ୍କାର କରିଥିବା ଜଣାପଡ଼ିଥିଲା। ନାବାଳିକାଙ୍କ ଦେହର ୧୯ଟି ସ୍ଥାନରେ କାମୁଡ଼ା ଚିହ୍ନ ରହିଥିଲା। ୨୦୦ରୁ ଅଧିକ ପୋଲିସ କର୍ମଚାରୀଙ୍କ ଏକ ଟିମ୍‌ ଅପରାଧର ୧୨ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ପରେ ତାଙ୍କର ସ୍ବିକାରୋକ୍ତି ଗ୍ରହଣ କରି ତିନି ଦିନରେ ପୋକ୍ସୋ କୋର୍ଟରେ ଶହେ ପୃଷ୍ଠା ବିଶିଷ୍ଟ ଚାର୍ଜସିଟ ଦାଖଲ କରିଥିଲା। ତୃତୀୟ ଅଭିଯୁକ୍ତ ନାବାଳକ ଥିବାରୁ ତାଙ୍କୁ ସୁଧାରଗୃହକୁ ପଠାଯାଇଥିଲା। ତେବେ ବାଳିକା ଏବଂ ମହିଳାଙ୍କ ପ୍ରତି ହେଉଥିବା ଅପରାଧରେ ପୋଲିସ ସମ୍ବେଦନଶୀଳ ହୋଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ସେ କହିଛନ୍ତି।

ଅପରପକ୍ଷେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏକ ବିବୃତ୍ତିରେ ତାଙ୍କ ସରକାର ମହିଳାଙ୍କ ସୁରକ୍ଷା ପ୍ରତି ପ୍ରତିବଦ୍ଧ ଏବଂ ଏପରି ଅପରାଧ ଘଟାଇଥିବା କୌଣସି ଦୋଷୀଙ୍କୁ କ୍ଷମା କରାଯିବ ନାହିଁ ବୋଲି କହିଛନ୍ତି। ସେହିଭଳି କୋର୍ଟଙ୍କ ନିଷ୍ପତ୍ତିକୁ ଉଲ୍ଲେଖ କରି ସେ କହିଛନ୍ତି, ରାଜ୍ୟରେ ଏହା ପ୍ରଥମ ଘଟଣା ଯେଉଁଠି ପୋକ୍ସୋ ଅଧିନିୟମ ଅନୁଯାୟୀ ଦୁଇଜଣ ଦୋଷୀଙ୍କୁ ଏକାସହ ମୃତ୍ୟୁଦଣ୍ଡ ଦିଆଯାଇଛି। ସରକାର କ୍ଷମତାକୁ ଆସିବା ପରେ ୬୨୦ ଅଭିଯୁକ୍ତ ପୋକ୍ସୋ ଅଧିନିୟମରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ଜଣଙ୍କୁ ମୃତ୍ୟୁଦଣ୍ଡ ଏବଂ ୧୩୭ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିବା ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri