Posted inଜାତୀୟ

ଏକ ଘଣ୍ଟା ଧରି ଆଲୋଚନା କଲେ ବସୁନ୍ଧରା-ନଡ୍ଡା

ନୂଆଦିଲ୍ଲୀ,୧୩।୭: ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଗୁରୁବାର ଅପରାହ୍ନରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଛନ୍ତି। ରାଜସ୍ଥାନର ରାଜନୈତିକ ପରିସ୍ଥିତି ଏବଂ ଆଗାମୀ ବିଧାନସଭା ନିର୍ବାଚନକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ଏକ ଘଣ୍ଟାରୁ ଅଧିକ ସମୟ ଧରି ଆଲୋଚନା ହୋଇଛି। ଏହି ସମୟରେ ବସୁନ୍ଧରା ରାଜେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଅନୁରୋଧ କରିଛନ୍ତି ଯେ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦଳର ହାଇକମାଣ୍ଡ ତାଙ୍କ ଭୂମିକା ସ୍ପଷ୍ଟ କରନ୍ତୁ।

ବସୁନ୍ଧରା ରାଜେ ବର୍ତ୍ତମାନ ଦଳର ରାଷ୍ଟୀୟ ଉପାଧ୍ୟକ୍ଷ ଅଛନ୍ତି। କିନ୍ତୁ ରାଜସ୍ଥାନରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସେ ନିଜର ଦାବିକୁ ଛାଡ଼ିବାକୁ ପ୍ରସ୍ତୁତ ନୁହଁନ୍ତି। ବସୁନ୍ଧରା ରାଜେଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା କରିବା ଏବଂ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ତାଙ୍କ ଦଳ କ୍ରମାଗତ ଭାବରେ ହାଇକମାଣ୍ଡ ଉପରେ ଚାପ ପକାଉଛନ୍ତି,କିନ୍ତୁ ରାଜ୍ୟର ରାଜନୈତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ପାର୍ଟି ହାଇକମାଣ୍ଡ ପୂର୍ବରୁ ନିଷ୍ପତ୍ତି ନେଇଛନ୍ତି ଯେ ଦଳ ରାଜ୍ୟରେ ସାମୂହିକ ନେତୃତ୍ୟରେ ନିର୍ବାଚନ ଲଢାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri