Posted inଖେଳ

ହାରିବା ବାଜି ଜିତିଲା ରାଜସ୍ଥାନ, ୪୦ ରନରେ ଲକ୍ଷ୍ନୌ ପରାସ୍ତ

ଲକ୍ଷ୍ନୌ,୨୨ା୪: ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଓ ବୋଲରଙ୍କ ଘାତକ ବୋଲିଂ ବଳରେ ରାଜସ୍ଥାନ ରୟାଲ୍ସ ୪୦ ରନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ପରାସ୍ତ କରିଛି। ଏହା ରାଜସ୍ଥାନ ଲାଗି ସପ୍ତମ ମ୍ୟାଚ୍‌ରେ ପଞ୍ଚମ ବିଜୟ। ଏଥିସହିତ ଦଳ ୧୦ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନକୁ ଉଠିଛି। ବ୍ୟାଟିଂ କରିଥିବା ରାଜସ୍ଥାନ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇ ୨୦ ଓଭରରେ ୬ ଉଇକେଟ ହରାଇ ୧୫୯ ରନ କରିଥିଲା। ଜଶସ୍ବୀ ଜୟସ୍ବାଲ (୨୨ ରନ, ୪ ଚୌକା), ଅଧିନାୟକ ରିୟାନ ପରାଗ (୨୦), ଶିମରନ ହେଟମାୟର (୨୨) ଓ ଡୋନୋଭାନ ଫରେରା (୨୦)ଙ୍କୁ ଭଲ ଆରମ୍ଭ ମିଳିଥିଲେ ହେଁ ସେମାନେ ତାହାକୁ ବଡ଼ ସ୍କୋରରେ ପରିଣତ କରିପାରି ନ ଥିଲେ। ଶେଷ ଆଡ଼କୁ ରବୀନ୍ଦ୍ର ଜାଡେଜା ୨୯ ବଲରେ ୪୩ (୨ ଚୌକା ଓ ୧ ଛକା) ଓ ଶୁଭମ ଦୁବେ ୧୧ ବଲରେ ୧୯ (୩ ଚୌକା) ରନ କରିଥିଲେ। ଲକ୍ଷ୍ନୌ ପାଇଁ ମହମ୍ମଦ ଶାମି, ପ୍ରିନ୍ସ ଯାଦବ ଓ ମହସିନ ଖାନ ଦୁଇ ଲେଖାଏ ଉଇକେଟ ନେଇଥିଲେ।

ଜବାବରେ ରାଜସ୍ଥାନ ଭଳି ଲକ୍ଷ୍ନୌ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଏକାକୀ ମିଚେଲ ମାର୍ଶ (୪୧ ବଲ, ୫୫ ରନ, ୬ ଚୌକା ଓ ୨ ଛକା) ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ବେଳେ ଅନ୍ୟ କୌଣସି ବ୍ୟାଟର ତାଙ୍କୁ ଆବଶ୍ୟକୀୟ ସହାୟତା ଯୋଗାଇପାରି ନ ଥିଲେ। ଆୟୁଷ ବଦୋନୀ, ଅଧିନାୟକ ରିଷଭ ପନ୍ତ ଓ ଏଡେନ ମାରକ୍ରାମ ଖାତା ଖୋଲିପାରି ନ ଥିବା ବେଳେ ନିକୋଲାସ ପୁରନ ୨୨, ମୁକୁଲ ଚୌଧାରୀ ୭ ଓ ହିମତ ସିଂ ୧୫ ରନ କରିଥିଲେ। ଫଳରେ ଲକ୍ଷ୍ନୌ ୧୮ ଓଭରରେ ୧୧୯ ରନରେ ଅଲଆଉଟ୍‌ ହୋଇଯାଇଥିଲା। ବିଜୟୀ ଦଳ ପାଇଁ ଜୋଫ୍ରା ଆର୍ଚ୍ଚର ୩ ଉଇକେଟ ନେଇଥିବା ବେଳେ ବ୍ରିଜେଶ ଶର୍ମା ଓ ନାନ୍ଦ୍ରେ ବର୍ଗର ଦୁଇଟି ଲେଖାଏ ଉଇକେଟ ନେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri