ଗଙ୍ଗନଗରରେ ହେବ ରାଜସ୍ଥାନୀ ରାଜମହଲ

ଭୁବନେଶ୍ୱର,୭।୧୦(ଅନୁରାଧା ମହାରଣା): ୧୯୯୦ ମସିହାରୁ ଗଙ୍ଗନଗର ଯୁବପରିଷଦ ପକ୍ଷରୁ ଦୁର୍ଗାପୂଜା ଆୟୋଜିତ ହୋଇଆସୁଛି। ମା’ଙ୍କ ଆବାହନରୁ ବିସର୍ଜନ ପର୍ଯ୍ୟନ୍ତ ସବୁକିଛି ବିଧି ଓ ପରମ୍ପରା ମୁତାବକ କରାଯାଉଥିବାବେଳେ ସହରର ଅନ୍ୟ ପୂଜା କମିଟି ଭଳି ପୂଜା ଆୟୋଜନକୁ ଆକର୍ଷଣୀୟ କରିବା ପାଇଁ ଯୁବ ପରିଷଦ ଅଣ୍ଟା ଭିଡିଛି। ଚଳିତବର୍ଷ ଗଙ୍ଗନଗର ମୁଖ୍ୟ ରାସ୍ତାରେ ରାଜସ୍ଥାନୀ ଢାଞ୍ଚାରେ ନିର୍ମିତ ରାଜମହଲ ସଦୃଶ ତୋରଣ ଆକର୍ଷଣ ସାଜିବ। ୬୦ଫୁଟ୍‌ ଉଚ୍ଚ ତଥା ୫୦ ଫୁଟ୍‌ ପ୍ରସ୍ଥର ତୋରଣ ଭିତରେ ୧୫ ଉଚ୍ଚତା ବିଶିଷ୍ଟ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ପାଇବ। ସାଥିରେ ପୂଜା ଲକ୍ଷ୍ମୀ, ସରସ୍ବତୀଙ୍କ ସହ ଗଣେଶ ଓ କାର୍ତ୍ତିକ ମଧ୍ୟ ପୂଜା ପାଇବେ। ମା’ ଦୁର୍ଗା, ଲକ୍ଷ୍ମୀ ଓ ସରସ୍ବତୀଙ୍କ ମଥାରେ କମନୀୟ ଚାନ୍ଦି ମୁକୁଟ ରହିବ। ତେବେ ମୂର୍ତ୍ତି ପ୍ରସ୍ତୁତି କାର୍ଯ୍ୟରେ ବଙ୍ଗୀୟ କାରିଗର ଲାଗିପଡ଼ିଛନ୍ତି। ସେହିପରି ତୋରଣ ପ୍ରସ୍ତୁତି ପାଇଁ ବରମୁଣ୍ଡାର ମୁଖ୍ୟ କାରିଗରଙ୍କ ସହ ସ୍ଥାନୀୟ କାରିଗରମାନେ ଦିନରାତି ଏକ କରିଦେଇଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ ମୂର୍ତ୍ତି ତୋରଣ ପ୍ରସ୍ତୁତି ସାରିବା ପାଇଁ ଚେଷ୍ଟା ଚାଲିଥିବାବେଳେ ସମସ୍ତଙ୍କ ମଧ୍ୟରେ ଏକ ନିଆରା ଉତ୍ସାହ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri