Posted inଜାତୀୟ

ରାଜସ୍ଥାନ ଅର୍ଥନୀତି ୩୫.୭୧ ଲକ୍ଷ କୋଟିରେ ପହଞ୍ଚାଇବା ଲକ୍ଷ୍ୟ

ଜୟପୁର,୨୩ା୮: ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନେତୃତ୍ୱରେ ରାଜସ୍ଥାନ ସରକାର କ୍ରମାଗତ ଭାବେ ବିକାଶର ନୂଆ ଦିଗ ଉନ୍ମୋଚନ କରୁଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ଜନକଲ୍ୟାଣମୂଳକ କାର୍ଯ୍ୟକ୍ରମ ଏହାକୁ ଦେଶର ଏକ ମଡେଲ ରାଜ୍ୟରେ ପରିଣତ କରିଛି। ଶିକ୍ଷା, ସ୍ବାସ୍ଥ୍ୟ, ସାମାଜିକ ସୁରକ୍ଷା ଏବଂ ଭିତ୍ତିଭୂମି ବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ରାଜ୍ୟ ଉଲ୍ଲେଖନୀୟ ଅଗ୍ରଗତି କରିଛି। ଜନମଙ୍ଗଳ ଯୋଜନା ଜରିଆରେ ଆର୍ଥତ୍କ ପରିଚାଳନାକୁ ସୁନିଶ୍ଚିତ କରି ସରକାର ସବୁ ବର୍ଗଙ୍କୁ ଉପକୃତ କରିଛନ୍ତି। ରାଜସ୍ଥାନକୁ ଦେଶର ଅଗ୍ରଣୀ ରାଜ୍ୟରେ ପରିଣତ କରିବା ଲାଗି ସ୍ବାଧୀନତା ଦିବସ ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ‘ମିଶନ ୨୦୩୦’ ସଂକଳ୍ପ ସମ୍ପର୍କରେ କହିଥିଲେ। ସେ କହିଥିଲେ, ୨୦୧୮-୧୯ ବର୍ଷରେ ରାଜ୍ୟର ଅର୍ଥନୀତି ୯ ଲକ୍ଷ ୧୧ ହଜାର କୋଟି ଟଙ୍କା ଥିଲା। ଆଜି ଏହା ୧୪.୧୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ୨୦୩୦ ସୁଦ୍ଧା ଏହାକୁ ୩୫.୭୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚାଇବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଏଥିପାଇଁ ‘ରାଜସ୍ଥାନ-ମିଶନ ୨୦୩୦’ ଅଭିଯାନ ରାଜ୍ୟରେ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଜାରି ରହିବ। ଏହି କ୍ୟାମ୍ପେନ୍‌ରେ ଅର୍ଥନୀତିଜ୍ଞ, ଲେଖକ, ସାମ୍ବାଦିକ, ଛାତ୍ରୀଛାତ୍ର, ସରକାରୀ କର୍ମଚାରୀ, ଆଇନଜୀବୀ, କୃଷକ, ଶ୍ରମିକ, ମହିଳା, ଯୁବବର୍ଗ, ବୁଦ୍ଧିଜୀବୀ ଏବଂ କ୍ରୀଡ଼ାବିତ୍‌ଙ୍କ ସମେତ କୋଟିଏରୁ ଊର୍ଦ୍ଧ୍ୱ ଲୋକଙ୍କଠାରୁ ମତାମତ ସଂଗ୍ରହ କରାଯିବ। ଏଥିପାଇଁ ରହିଥିବା ଓ୍ବେବ୍‌ସାଇଟ୍‌ରେ ଲୋକମାନଙ୍କଠାରୁ ଅନ୍‌ଲାଇନରେ ପ୍ରସ୍ତାବ ଗ୍ରହଣ କରାଯିବ। ଏହା ବ୍ୟତୀତ ପ୍ରତ୍ୟକ୍ଷ ସାକ୍ଷାତ୍‌ କରାଯାଇ ଏବଂ ଆଇଭିଆର୍‌ ସର୍ଭେ ଜରିଆରେ ମଧ୍ୟ ପ୍ରସ୍ତାବ ସଂଗ୍ରହ କରାଯିବ। ମିଶନ ୨୦୩୦ ଉପରେ ସମସ୍ତ ସ୍କୁଲ୍‌ ଓ କଲେଜରେ ପ୍ରବନ୍ଧ ପ୍ରତିଯୋଗିତା ହେବ। ସେଗୁଡ଼ିକୁ ଏକାଠି କରି ମିଶନ ୨୦୩୦ ଉପରେ ଭିଜନ ଡକ୍ୟୁମେଣ୍ଟ ଜାରି କରାଯିବ।
ମିଶନ ୨୦୩୦ ଉପରେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ସବୁ ବର୍ଗର ପ୍ରତିନିଧି, ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ, ସଚିବ ଏବଂ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ବିଭାଗୀୟ ମୁଖ୍ୟମାନଙ୍କ ସହ ଆଲୋଚନା କରିଛନ୍ତି। ମଙ୍ଗଳବାର ଜୟପୁରର ବିର୍ଲା ଅଡିଟୋରିୟମରେ ଏହି କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା। ସବୁ ଜିଲାରୁ ବହୁସଂଖ୍ୟାରେ ଯୁବତୀଯୁବକ ଭିଡିଓ କନ୍‌ଫରେନ୍ସ ଜରିଆରେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?