Posted inଖେଳ

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ରଣକ୍ଷେତ୍ର ପାଲଟିଥିଲା ମଇଦାନ। ପରିସ୍ଥିତି ଏପରି ହୋଇଥିଲା ଯେ, ବରିଷ୍ଠ ଖେଳାଳି ବିରାଟ କୋହଲି ଏବଂ ଦଳର ମୁଖ୍ୟ କୋଚ ଆଣ୍ଡି ଫ୍ଲାୱାର ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରୁଥିବା ଦେଖିବାକୁ ମିଳିଥିଲା।
ମ୍ୟାଚ୍ର ୮ମ ଓଭରରେ ଏହି ଘଟଣା ଘଟିଥିଲା। ରଜତ ପାଟିଦାର ଦମଦାର ଫର୍ମରେ ଥିଲେ। ଅରଶଦ ଖାନଙ୍କ ବଲ୍‌ରେ ଏକ ଆକାଶଛୁଆଁ ଛକା ମଧ୍ୟ ମାରିଥିଲେ। କିନ୍ତୁ ଓଭରର ଚତୁର୍ଥ ବଲ୍‌ରେ ସେ ଏକ ବଡ଼ ସଟ ଖେଳିବାକୁ ପ୍ରୟାସ କରି ବ୍ୟାଟ୍‌ର ଉପର ଭାଗରେ ବାଜି ବଲ ବ୍ୟାକୱାର୍ଡ ସ୍କୋୟାର ଲେଗ୍‌କୁ ଯାଇଥିଲା। ସେଠାରେ ଫିଲ୍ଡିଂ କରୁଥିବା ଅଲରାଉଣ୍ଡର ଜେସନ ହୋଲ୍ଡର ଏକ ଚମତ୍କାର କ୍ୟାଚ ଧରିଥିଲେ।

ହେଲେ ରିପ୍ଲେ’ରେ ଦେଖାଯାଉଥିଲା ଯେ, କ୍ୟାଚ ଧରିବା ସମୟରେ ବଲ ସାମାନ୍ୟ ଭୂମିକୁ ସ୍ପର୍ଶ କରିଛି। ଆରସିବି ଶିବିର ଏହାକୁ ’ନଟ ଆଉଟ’ ବୋଲି ଭାବୁଥିବା ବେଳେ ତୃତୀୟ ଅମ୍ପାୟାର ସମସ୍ତଙ୍କୁ ଚକିତ କରି ପାଟିଦାରଙ୍କୁ ’ଆଉଟ’ ଘୋଷଣା କରିଥିଲେ। ଏହି ନିଷ୍ପତ୍ତି ପରେ ବିରାଟ କୋହଲି ଏବଂ ଆଣ୍ଡି ଫ୍ଲାୱାର ଅତ୍ୟନ୍ତ କ୍ଷୁବ୍ଧ ହୋଇ ଚତୁର୍ଥ ଅମ୍ପାୟାରଙ୍କ ପାଖକୁ ଯାଇ ପ୍ରଶ୍ନ କରିଥିଲେ। ଏହି କାରଣରୁ ପ୍ରାୟ ୨-୩ ମିନିଟ ପର୍ଯ୍ୟନ୍ତ ଖେଳ ବନ୍ଦ ରହିଥିଲା।

ସୂଚନା ଅନୁଯାୟୀ, ତୃତୀୟ ଅମ୍ପାୟାରଙ୍କ ମତରେ ଯେତେବେଳେ ହୋଲ୍ଡର କ୍ୟାଚ ଧରିଥିଲେ, ସେତେବେଳେ ବଲ ଉପରେ ତାଙ୍କର ସମ୍ପୂର୍ଣ୍ଣ ନିୟନ୍ତ୍ରଣ (Control) ଥିଲା। ବଲ ଜମିରେ ବାଜିବା ପୂର୍ବରୁ ହିଁ କ୍ୟାଚ ପ୍ରକ୍ରିୟା ଶେଷ ହୋଇସାରିଥିଲା। ଅମ୍ପାୟାରଙ୍କ ଏହି ନିଷ୍ପତ୍ତିକୁ ନେଇ ଏବେ ସୋସିଆଲ ମିଡିଆରେ ଝଡ଼ ସୃଷ୍ଟି ହୋଇଛି। ପ୍ରଶଂସକମାନେ ଏହାକୁ ଅମ୍ପାୟାରଙ୍କ ଭୁଲ ନିଷ୍ପତ୍ତି ବୋଲି କହୁଥିବା ବେଳେ ଆରସିବି ପ୍ରଶଂସକମାନେ ନିଜର ଅସନ୍ତୋଷ ବ୍ୟକ୍ତ କରୁଛନ୍ତି।

ଆଇପିଏଲ ଭଳି ବଡ଼ ଟୁର୍ଣ୍ଣାମେଣ୍ଟରେ ଏଭଳି ବିବାଦୀୟ ନିଷ୍ପତ୍ତି ମ୍ୟାଚ୍‌ର ଗତିପଥ ବଦଳାଇ ଦେଉଥିବାରୁ ଏହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?