ଲକ୍ଷ୍ନୌକୁ ବିଶାଳ ଟାର୍ଗେଟ ଦେଲା ବେଙ୍ଗାଲୁରୁ

କୋଲକତା,୨୫।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଏଲିମିନେଟର ମ୍ୟାଚ୍‌ ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ଆଗରେ ବିଶାଳ ଟାର୍ଗେଟ ରଖିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) । କୋଲକାତାର ଇଡେନ ଗାର୍ଡେନ୍ସରେ ଖେଲାଯାଉଥିବା ଏହି ମ୍ୟାଚରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୭ ଉଇକେଟ୍ ହରାଇ ୨୦୭ ରନ୍ କରିଛି। ଫଳରେ ଲକ୍ଷ୍ନୌକୁ ୨୦୮ ରନର ବିଜୟ ଲକ୍ଷ୍ୟ ମିଳିଛି।ବେଙ୍ଗାଲୁରୁ ପକ୍ଷରୁ ରଜତ ପଟିଦାର ମାତ୍ର ୫୪ ବଲରୁ ୧୧୨ ରନ୍ ର ଅପରାଜିତ ଇନିଂସ ଖେଳି ଥିଲେ। ପଟିଦାର ତାଙ୍କ ଇନିଂସରେ ୭ଟି ଛକା ଓ ୧୨ଟି ଚୌକା ମାରି ଥିଲେ। ସେହିପରି କାର୍ତ୍ତିକ ୫ଟି ଚୌକା ଓ ୧ ଛକା ସହ ୨୩ ବଲରେ ୩୭ ରନ୍‌ର ଇନିଂସ ଖେଳି ଥିଲେ।

ଏହି ମ୍ଯାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ବର୍ଷା ଯୋଗୁ ପ୍ରାୟ ଏକ ଘଣ୍ଟା ବିଳମ୍ବରେ ଖେଳ ଆରମ୍ଭ ହୋଇଥିଲା। ଲକ୍ଷ୍ନୌ ପକ୍ଷରୁ ରବି ବିଷ୍ଣୋଇ, ଅଭେସ ଖାନ୍, କ୍ରୁନାଲ ପାଣ୍ଡ୍ୟା ଓ ମହସିନ ଖାନ୍ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଏହି ମ୍ଯାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ବର୍ଷା ଯୋଗୁ ବିଳମ୍ବରେ ଟସ୍‌ ପଡିଥିଲା।
ଆଜିର ମ୍ୟାଚରେ ଯେଉଁ ଦଳ ଜିତିବ ଶୁକ୍ରବାର ଦିନ ରାଜସ୍ଥାନ ରୟାଲ୍ସକୁ ଭେଟିବ। ପରାଜିତ ଦଳ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri