Posted inଖେଳ

ରାଜାଓ୍ବତ୍‌ଙ୍କୁ ପ୍ରଥମ ଓ୍ବାଲର୍‌ଡ ଟୁର୍‌ ଟାଇଟଲ

ଓର୍ଲିନ୍ସ, ୧୦ା୪(ପି.ଟି.): ଡେନ୍‌ମାର୍କର ମାଗ୍ନସ ଜୋହାନସେନଙ୍କ ବିପକ୍ଷ ଫାଇନାଲରେ ରୋମାଞ୍ଚକ ବିଜୟ ସହ ଭାରତର ପ୍ରିୟାଂଶୁ ରାଜାଓ୍ବତ୍‌ ଏଠାରେ ଚାଲିଥିବା ଓର୍ଲିନ୍ସ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଏହା ହେଉଛି ତାଙ୍କର ପ୍ରଥମ ବିଡବ୍ଲ୍ୟୁଏଫ୍‌(ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ)ଓ୍ବାଲର୍‌ଡ ଟୁର୍‌ ସୁପର ୩୦୦ ଟାଇଟଲ। ମଧ୍ୟପ୍ରଦେଶର ଏହି ୨୧ ବର୍ଷୀୟ ଖେଳାଳି ୨୦୨୨ରେ ଥୋମାସ୍‌ କପ୍‌ ଜିତି ଐତିହାସିକ ସଫଳତା ହାସଲ କରିଥିବା ଭାରତୀୟ ଦଳର ଜଣେ ସଦସ୍ୟ ଥିଲେ। ତେବେ ସେ ମାତ୍ର ଗୋଟିଏ ମ୍ୟାଚ୍‌ ଖେଳିଥିଲେ।

ଏଠାରେ ସେ ଫାଇନାଲରେ ବିଶ୍ୱର ୪୯ ନମ୍ବର ମାନ୍ୟତାପ୍ରାପ୍ତ ଜୋହାନସେନଙ୍କୁ ୨୧-୧୫, ୧୯-୨୧-୨୧-୧୬ରେ ହରାଇ ଦେଇଛନ୍ତି। ଏହି ମ୍ୟାଚ୍‌କୁ ସେ ୬୮ ମିନିଟ୍‌ରେ ଜିତି ତାଙ୍କ କ୍ୟାରିୟରର ସବୁଠାରୁ ବଡ଼ ଟାଇଟଲ ହାସଲ କରିଛନ୍ତି। ସୂଚନାଯୋଗ୍ୟ, ଏହି ଦୁଇ ଖେଳାଳି ଯୋଗ୍ୟତା ପର୍ଯ୍ୟାୟ ମାଧ୍ୟମରେ ଟୁର୍ନାମେଣ୍ଟରେ ଖେଳିବା ସୁଯୋଗ ପାଇଥିଲେ। ରାଜାଓ୍ବତ୍‌ ୨୦୨୨ ଓଡ଼ିଶା ଓପ୍‌ନରେ ରନର-ଅପ୍‌ ଥିଲେ। ଭାରତୀୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ(ବାଇ) ଟ୍ରାଏଲ୍ସ ଜିତି ସେ ଥୋମାସ୍‌ କପ୍‌ ଟିମ୍‌ ପାଇଁ ମନୋନୀତ ହୋଇଥିଲେ। ପରେ ସେ ରାୟପୁର ଇଣ୍ଟରନ୍ୟାଶନାଲ ଚ୍ୟାଲେଞ୍ଜ ଜିତିଥିଲେ। ଡିସେମ୍ବରରେ ବାଂଲାଦେଶ ଓପ୍‌ନରେ ସେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?