Posted inଖେଳ

ରାଜାଓ୍ବତ୍‌ଙ୍କୁ ପ୍ରଥମ ଓ୍ବାଲର୍‌ଡ ଟୁର୍‌ ଟାଇଟଲ

ଓର୍ଲିନ୍ସ, ୧୦ା୪(ପି.ଟି.): ଡେନ୍‌ମାର୍କର ମାଗ୍ନସ ଜୋହାନସେନଙ୍କ ବିପକ୍ଷ ଫାଇନାଲରେ ରୋମାଞ୍ଚକ ବିଜୟ ସହ ଭାରତର ପ୍ରିୟାଂଶୁ ରାଜାଓ୍ବତ୍‌ ଏଠାରେ ଚାଲିଥିବା ଓର୍ଲିନ୍ସ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଏହା ହେଉଛି ତାଙ୍କର ପ୍ରଥମ ବିଡବ୍ଲ୍ୟୁଏଫ୍‌(ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ)ଓ୍ବାଲର୍‌ଡ ଟୁର୍‌ ସୁପର ୩୦୦ ଟାଇଟଲ। ମଧ୍ୟପ୍ରଦେଶର ଏହି ୨୧ ବର୍ଷୀୟ ଖେଳାଳି ୨୦୨୨ରେ ଥୋମାସ୍‌ କପ୍‌ ଜିତି ଐତିହାସିକ ସଫଳତା ହାସଲ କରିଥିବା ଭାରତୀୟ ଦଳର ଜଣେ ସଦସ୍ୟ ଥିଲେ। ତେବେ ସେ ମାତ୍ର ଗୋଟିଏ ମ୍ୟାଚ୍‌ ଖେଳିଥିଲେ।

ଏଠାରେ ସେ ଫାଇନାଲରେ ବିଶ୍ୱର ୪୯ ନମ୍ବର ମାନ୍ୟତାପ୍ରାପ୍ତ ଜୋହାନସେନଙ୍କୁ ୨୧-୧୫, ୧୯-୨୧-୨୧-୧୬ରେ ହରାଇ ଦେଇଛନ୍ତି। ଏହି ମ୍ୟାଚ୍‌କୁ ସେ ୬୮ ମିନିଟ୍‌ରେ ଜିତି ତାଙ୍କ କ୍ୟାରିୟରର ସବୁଠାରୁ ବଡ଼ ଟାଇଟଲ ହାସଲ କରିଛନ୍ତି। ସୂଚନାଯୋଗ୍ୟ, ଏହି ଦୁଇ ଖେଳାଳି ଯୋଗ୍ୟତା ପର୍ଯ୍ୟାୟ ମାଧ୍ୟମରେ ଟୁର୍ନାମେଣ୍ଟରେ ଖେଳିବା ସୁଯୋଗ ପାଇଥିଲେ। ରାଜାଓ୍ବତ୍‌ ୨୦୨୨ ଓଡ଼ିଶା ଓପ୍‌ନରେ ରନର-ଅପ୍‌ ଥିଲେ। ଭାରତୀୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ(ବାଇ) ଟ୍ରାଏଲ୍ସ ଜିତି ସେ ଥୋମାସ୍‌ କପ୍‌ ଟିମ୍‌ ପାଇଁ ମନୋନୀତ ହୋଇଥିଲେ। ପରେ ସେ ରାୟପୁର ଇଣ୍ଟରନ୍ୟାଶନାଲ ଚ୍ୟାଲେଞ୍ଜ ଜିତିଥିଲେ। ଡିସେମ୍ବରରେ ବାଂଲାଦେଶ ଓପ୍‌ନରେ ସେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri