Posted inଜାତୀୟ

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେଲେ ରାଜଭର

ଲକ୍ଷ୍ନୌ,୧୫।୭: ସୁହେଲଦେବ ଭାରତୀୟ ସମାଜ ପାର୍ଟି(ଏସ୍‌ବିଏସ୍‌ପି)ସଭାପତି ଓମ ପ୍ରକାଶ ରାଜଭର ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ସେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବେ ବୋଲି ଘୋଷଣା କରିଛନ୍ତି।
ଏକ ଖବରଦାତା ସମ୍ମିଳନୀ କରି ସେ କହିଛନ୍ତି, ରାଷ୍ଟ୍ରପତି ନିର୍ବାଚନରେ ଆମ ଦଳର ୬ ବିଧାୟକ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ। ଏନେଇ ବିଧାୟକଙ୍କ ସହ ଆଲୋଚନା କରିଛି। ଦ୍ରୌପଦୀ ମୁର୍ମୁ ଆସିବା ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆମକୁ ରାତ୍ର ଭୋଜନ ପାଇଁ ଡାକିଥିଲେ। ଯୋଗୀଙ୍କ ସହ ମୋର  ଆଲୋଚନା ହୋଇଛି। ଏଥି ସହିତ ଦ୍ରୌପଦୀ ମୁର୍ମୁ ଆମର ସମର୍ଥନ ଲୋଡିଥିଲେ। ତେଣୁ ଆମେ ତାଙ୍କୁ ସମର୍ଥନ ଦେବାକୁ ନିଷ୍ପତ୍ତି ନେଇଛୁ।
ସୂଚନାଯୋଗ୍ୟ, ସମାଜବାଦୀ ପାର୍ଟି(ଏସପି)ର ସହଯୋଗୀ ଥିବା ରାଜଭର ୟୁପି ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଏସପି ସଭାପତିଙ୍କୁ ସର୍ବସାଧାରଣରେ ଟାର୍ଗେଟ କରିବା ଆରମ୍ଭ କରିଥିଲେ। ଏହାକୁ ନେଇ ଉଭୟ ନେତାଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ନିକଟରେ ଅନୁଷ୍ଠିତ ବିଧାନ ପରିଷଦ ନିର୍ବାଚନକୁ ନେଇ ଉଭୟଙ୍କ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଥିଲା। ରାଜଭର ତାଙ୍କ ପୁଅ ଅରବିନ୍ଦ ରାଜଭରଙ୍କୁ ବିଧାନ ପରିଷଦକୁ ପଠାଇବାକୁ ଚାହୁଁଥିଲେ, କିନ୍ତୁ ଅଖିଳେଶ ତାଙ୍କ ସ୍ଥାନରେ ଆରଏଲଡି ସଭାପତି ଜୟନ୍ତ ଚୌଧୁରୀଙ୍କୁ ପଠାଇଥିଲେ।
ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କ ଉପସ୍ଥିତିରେ ଅନୁଷ୍ଠିତ ବୈଠକରେ ଅଖିଳେଶ ରାଜଭରଙ୍କୁ ପଚାରି ନ ଥିଲେ ଏବଂ ଜୟନ୍ତ ଚୌଧୁରୀଙ୍କୁ ଡାକି ମଞ୍ଚ ଶେୟାର କରିଥିଲେ। ସେବେଠାରୁ ରାଜଭର ଖୋଲାଖୋଲି ଭାବେ ଅଖିଳେଶଙ୍କୁ ଟାର୍ଗେଟ୍‌  କରିଆସୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri