Posted inଜାତୀୟ

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେଲେ ରାଜଭର

ଲକ୍ଷ୍ନୌ,୧୫।୭: ସୁହେଲଦେବ ଭାରତୀୟ ସମାଜ ପାର୍ଟି(ଏସ୍‌ବିଏସ୍‌ପି)ସଭାପତି ଓମ ପ୍ରକାଶ ରାଜଭର ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ସେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବେ ବୋଲି ଘୋଷଣା କରିଛନ୍ତି।
ଏକ ଖବରଦାତା ସମ୍ମିଳନୀ କରି ସେ କହିଛନ୍ତି, ରାଷ୍ଟ୍ରପତି ନିର୍ବାଚନରେ ଆମ ଦଳର ୬ ବିଧାୟକ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ। ଏନେଇ ବିଧାୟକଙ୍କ ସହ ଆଲୋଚନା କରିଛି। ଦ୍ରୌପଦୀ ମୁର୍ମୁ ଆସିବା ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆମକୁ ରାତ୍ର ଭୋଜନ ପାଇଁ ଡାକିଥିଲେ। ଯୋଗୀଙ୍କ ସହ ମୋର  ଆଲୋଚନା ହୋଇଛି। ଏଥି ସହିତ ଦ୍ରୌପଦୀ ମୁର୍ମୁ ଆମର ସମର୍ଥନ ଲୋଡିଥିଲେ। ତେଣୁ ଆମେ ତାଙ୍କୁ ସମର୍ଥନ ଦେବାକୁ ନିଷ୍ପତ୍ତି ନେଇଛୁ।
ସୂଚନାଯୋଗ୍ୟ, ସମାଜବାଦୀ ପାର୍ଟି(ଏସପି)ର ସହଯୋଗୀ ଥିବା ରାଜଭର ୟୁପି ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଏସପି ସଭାପତିଙ୍କୁ ସର୍ବସାଧାରଣରେ ଟାର୍ଗେଟ କରିବା ଆରମ୍ଭ କରିଥିଲେ। ଏହାକୁ ନେଇ ଉଭୟ ନେତାଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ନିକଟରେ ଅନୁଷ୍ଠିତ ବିଧାନ ପରିଷଦ ନିର୍ବାଚନକୁ ନେଇ ଉଭୟଙ୍କ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଥିଲା। ରାଜଭର ତାଙ୍କ ପୁଅ ଅରବିନ୍ଦ ରାଜଭରଙ୍କୁ ବିଧାନ ପରିଷଦକୁ ପଠାଇବାକୁ ଚାହୁଁଥିଲେ, କିନ୍ତୁ ଅଖିଳେଶ ତାଙ୍କ ସ୍ଥାନରେ ଆରଏଲଡି ସଭାପତି ଜୟନ୍ତ ଚୌଧୁରୀଙ୍କୁ ପଠାଇଥିଲେ।
ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କ ଉପସ୍ଥିତିରେ ଅନୁଷ୍ଠିତ ବୈଠକରେ ଅଖିଳେଶ ରାଜଭରଙ୍କୁ ପଚାରି ନ ଥିଲେ ଏବଂ ଜୟନ୍ତ ଚୌଧୁରୀଙ୍କୁ ଡାକି ମଞ୍ଚ ଶେୟାର କରିଥିଲେ। ସେବେଠାରୁ ରାଜଭର ଖୋଲାଖୋଲି ଭାବେ ଅଖିଳେଶଙ୍କୁ ଟାର୍ଗେଟ୍‌  କରିଆସୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri