ବିଓଏମ୍‌କୁ ରାଜଭାଷା ‘କୀର୍ତ୍ତି ପୁରସ୍କାର’

ଭୁବନେଶ୍ୱର, ୨୪।୯: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) କୁ ନିକଟରେ ରାଜଭାଷା ‘କୀର୍ତ୍ତି ପୁରସ୍କାର’ପ୍ରଦାନ କରାଯାଇଛି। ବିଶେଷକରି ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ରାଜଭାଷା ହିନ୍ଦୀର ଶ୍ରେଷ୍ଠ କାର୍ଯ୍ୟ ନିମନ୍ତେ ବିଓଏମ୍‌କୁ ସର୍ବୋଚ୍ଚ ସମ୍ମାନ ‘ରାଜଭାଷା କୀର୍ତ୍ତି’ପୁରସ୍କାର ପ୍ରଦାନ କରାଯାଇଛି। ଏପରିକି ଚଳିତ ବର୍ଷ ବିଓଏମ୍‌କୁ ଦୁଇଟି ଶ୍ରେଣୀ ଯଥା ‘ଶ୍ରେଷ୍ଠ ଗୃହ ପତ୍ରିକା’ ଏବଂ ‘ଶ୍ରେଷ୍ଠ ରାଜଭାଷା କାର୍ଯ୍ୟାନ୍ବୟନ’ ଅନ୍ତର୍ଗତ ଏହି ପୁରସ୍କାର ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ମହାରାଷ୍ଟ୍ରର ପୁଣେଠାରେ ଆୟୋଜିତ ହିନ୍ଦୀ ସମାରୋହ ଅବସରରେ ବିଓଏମ୍‌କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ କୁମାର ମିଶ୍ରାଙ୍କଠାରୁ ବିଓଏମ୍‌ର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏ.ଏସ୍‌ ରାଜୀବ ଉପରୋକ୍ତ ପୁରସ୍କାର ଦ୍ୱୟ ଗ୍ରହଣ କରିଥିଲେ। ଏହି ଅବସରରେ ରାଜ୍ୟ ସଭାର ଉପ ସଭାପତି ହରିବଂଶ ନାରାୟଣ ସିଂହ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସଚିବ ଅଂଶୁଳି ଆର୍ଯ୍ୟ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଭାରତୀ ପାୱାର ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଓଏମ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏ.ବି.ବିଜୟ କୁମାର, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଶିଷ ପାଣ୍ଡେ, ସିଭିଓ ଅମିତ୍‌ ଶ୍ରୀବାସ୍ତବ,ମହାପ୍ରବନ୍ଧକ କେ.ରାଜେଶ କୁମାର (ମାନବ ସମ୍ବଳ ପରିଚାଳନା ଏବଂ ରାଜଭାଷା), ଉପ ମହାପ୍ରବନ୍ଧକ ରାଜେନ୍ଦ୍ର ଶ୍ରୀବାସ୍ତବ (ରାଜଭାଷା) ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri