ସୋମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଟୁଇଟ୍‌ କଲେ ରାଜଦୀପ ସରଦେଶାଇ, କହିଦେଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୭: ସୋମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ଆଜି ସାରା ରାଜ୍ୟ ସ୍ତବ୍ଧ। ୩ ଦିନର ଯମ ଯନ୍ତ୍ରଣା ପରେ ଜୀବନ ହାରିଛନ୍ତି ସୋମ୍ୟାଶ୍ରୀ। ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ର୍ନିଯାତନାର ଶିକାର ହୋଇ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ବର୍ନ ୟୁନିଟ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯିବା ସହ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ ଚିକିତ୍ସା ଚଳାଉଥିଲେ। ଏପରି କି ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଡାକ୍ତରଙ୍କ ସହ ଯୋଗାଯୋଗ କରି ତାଙ୍କର ଚିକିତ୍ସା କରାଯାଉଥିଲା। ସବୁ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚା ଯାଇପାରିଲା ନାହିଁ ବୋଲି ଡାକ୍ତରୀ ଟିମ ସୂଚନା ଦେଇଛନ୍ତି।

ବଞ୍ଚିଥିବାବେଳେ ମାଳମାଳ ଟ୍ବିଟ କରିବା ପରେ ସରକାର କି ସରକାରରେ ଥିବା ବ୍ୟକ୍ତି କେହି ଶୁଣୁ ନ ଥିବାବେଳେ ତାଙ୍କ ମୃତ୍ୟୁ ପରେ ଘନ ଘନ ଟ୍ବିଟରେ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଦିଆଯାଉଛି। ଘଟଣାକୁ ନେଇ ଚାରିଆଡୁ ଓଡ଼ିଶା ବଦନାମ ହେଉଥିବାବେଳେ ବଡ଼ ବଡ଼ ନେତାଙ୍କ ଟ୍ବିଟ ଏବେ ଏହାକୁ ଜାତୀୟ ସ୍ତରରେ ମଧ୍ୟ ଚର୍ଚ୍ଚାର ବିଷୟ କରିଛି। ଏହାରି ଭିତରେ ବରିଷ୍ଠ ସାମ୍ବାଦିକ ରାଜଦୀପ ସରଦେଶାଇ ମଧ୍ୟ ଘଟଣାକୁ ନେଇ ଟୁଇଟ୍‌ କରିଛନ୍ତି।

ନିକଟରେ ପୁରୀ ଘଟଣାକୁ ସମାଲୋଚନା କରି ଚର୍ଚ୍ଚାରେ ଥିବା ରାଜଦୀପ ଏବେ ଏଫଏମ ଘଟଣାକୁ ନେଇ ମଧ୍ୟ ଟୁଇଟ୍‌ କରିଛନ୍ତି। ସେ କହିଛନ୍ତି, ଆଜି ସକାଳେ ଓଡ଼ିଶାରୁ ଏକ ଦୁଃଖଦ ଖବର ଆସିଛି। ବାଲେଶ୍ୱର ଏଫଏମ ଛାତ୍ରୀ ଶିକ୍ଷକଙ୍କ ଯୌନ ର୍ନିଯାତନାର ଅଭିଯୋଗ ଆଣିଥିଲେ, ସେ ଆତ୍ମହୁତି ଉଦ୍ୟମ କରିଥିଲେ। ବର୍ତ୍ତମାନ ତାଙ୍କର ମୃତ୍ୟୁ ହୋଇଛି। ପ୍ରାର୍ଥନା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri