ରାଜଧାନୀ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ମ୍ୟାନେଜମେଣ୍ଟକୁ ନ୍ୟାକ୍‌ ବି++ ମାନ୍ୟତା

ଭୁବନେଶ୍ୱର,୧୮ା୧: ରାଜଧାନୀ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ମ୍ୟାନେଜମେଣ୍ଟ୍‌ (ଆର୍‌.ସି.ଇ.ଏମ)କୁ ନ୍ୟାକ୍‌ ‘ବି++’ ମାନ୍ୟତା ପ୍ରଦାନ କରାଯାଇଛି। ଗତ ୩ ଓ ୪ ତାରିଖ ଦୁଇଦିନ ଧରି ନ୍ୟାକ ପିୟର ଟିମ କ୍ୟାମ୍ପସ୍‌ ପରିଦର୍ଶନ କରିଥିଲେ। କଲେଜର ପରିଚାଳନା ବ୍ୟବସ୍ଥା, ଶିକ୍ଷାବ୍ୟବସ୍ଥା ଓ ପାରିପାଶର୍‌ବିକ ବ୍ୟବସ୍ଥା ଉପରେ ଅତ୍ୟନ୍ତ ଖୁସିବ୍ୟକ୍ତ କରିଥିଲେ। ଏହା ପରେ ନ୍ୟାକ୍‌ ସଂସ୍ଥା କଲେଜକୁ “ବି++” ମାନ୍ୟତା ପ୍ରଦାନ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଅଧ୍ୟକ୍ଷ ଡଃ ତପନ କୁମାର ଲେଙ୍କା, ନାକ ସଂଯୋଜକ ବିଭୂ ପ୍ରସାଦ ମିଶ୍ର, ଆଇ. କ୍ୟୁ.ଏ. ସି. ସଂଯୋଜକ ଡଃ ଅମ୍ରିତା ରାଉତ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପ୍ରଫେସର ନିର୍ମଳ ଚନ୍ଦ୍ର କର, ପ୍ରଫେସର ଶକ୍ତି ରଞ୍ଜନ ମହାପାତ୍ର, ଅଧ୍ୟାପକ, ଅଧ୍ୟାପିକା ତଥା ଡଃ ପ୍ରଜ୍ଞା ପରମିତା, ସସ୍ମିତା ସାହୁ, ଶୀତିକଣ୍ଠ ପରିଡ଼ା,ଓମକାର୍‌ ଦାଶ ପ୍ରମୁଖ ଯୋଗ ଦେଇଥିଲେ। ଅନୁଷ୍ଠାନର ସହଯୋଗୀ କର୍ମଚାରୀ ତଥା ଅରୁଣ କୁମାର ସାମଲ, ରଶ୍ମି ବେହେରା, ଭୂପତି ବରାଳ ଓ ଭଗବାନ ପଣ୍ଡା ପ୍ରତ୍ୟକ୍ଷ ସହଯୋଗ କରିଥିଲେ। ପରିଶେଷରେ ଅନୁଷ୍ଠାନର ଡିନ୍‌ ଡଃ. ମାନସ ରଞ୍ଜନ ମଲ୍ଲିକ ସାଧୁବାଦ ଦେଇଥିଲେ। ଅନୁଷ୍ଠାନର ସମ୍ପାଦକ ସୁରେଶ କୁମାର ସାମଲ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି

ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri