ବିଜେଡିକୁ ବଡ଼ ଝଟ୍‌କା! ଭାଜପା ପୋଷ୍ଟରରେ ଜୟ ଢୋଲକିଆ

ଭୁବନେଶ୍ୱର,୧୧।୧୦: ନୂଆପଡ଼ା ଉପ-ନିର୍ବାଚନକୁ ନେଇ ରାଜନୀତି ସରଗରମ। ନିର୍ବାଚନ ପୂର୍ବରୁ ଦେଖିବାକୁ ମିଳିଛି ବଡ଼ ଟ୍ବିଷ୍ଟ। ସ୍ବର୍ଗତ ବିଜେଡି ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଜୟଙ୍କୁ ସ୍ବାଗତ କରିବାକୁ ଭାଜପା କାର୍ଯ୍ୟାଳୟ ମଧ୍ୟ ପ୍ରସ୍ତୁତି ଆରମ୍ଭ କଲାଣି। ବର୍ତ୍ତମାନ ଜୟଙ୍କ ଭାଜପା ଯୋଗ ଦେବାର ଫଟୋ ସୋସିଆଲ ମିଡିଆରେ ଘୂରି ବୁଲୁଛି। ରାଜ୍ୟ ଭାଜପା ମୁଖ୍ୟାଳୟରେ ଶୀଘ୍ର ଆନୁଷ୍ଠାନିକ ଯୋଗଦାନ ହୋଇପାରେ ବୋଲି କୁହାଯାଉଛି। ଯାହା ବିଜେଡିକୁ ଏକ ଶକ୍ତ ଝଟ୍‌କା ବୋଲି କୁହାଯାଉଛି।  କୁହାଯାଉଛି ଯେ ଜୟ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ବି ଭେଟିସାରିଲେଣି। ଆଜି ସେ ରାଜ୍ୟ କାର୍ଯ୍ୟାଳୟକୁ ଆସି ପଦ୍ମ ଧରିପାରନ୍ତି ବୋଲି କୁହାଯାଉଛି । କାରଣ ଢୋଲକିଆଙ୍କ ପରେ ଜୟଙ୍କୁ ବିଜେଡି ପ୍ରାର୍ଥୀ କରିବା ନେଇ ବିଜେଡି ନେତା ଦେବୀ ମିଶ୍ର କିଛିଦିନ ପୂର୍ବରୁ ସଙ୍କେତ ଦେଇଥିଲେ। କିନ୍ତୁ ଜୟ ଦଳ ଛାଡିଲେ ବିଜେଡିକୁ ଏହା ଶକ୍ତ ଝଟ୍‌କା ଦେଇପାରେ।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ ଗତକାଲି ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା କିଛି ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟଙ୍କୁ ଦେଖିବାକୁ ମିଳିନଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ ଜୟ ଢୋଲକିଆ ଭାଜପା ଆଡ଼କୁ ଢଳୁଛନ୍ତି। ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିବା କୁହାଯାଉଛି। ତାଙ୍କୁ ଭାଜପା ପ୍ରାର୍ଥୀ କରିବା ଏକ ପ୍ରକାର ନିଶ୍ଚିତ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଜୟ ଭାଜପା ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ଭାଜପାର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି।  ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ।

୨୦୨୪ ସାଧାରଣ ନିର୍ବାଚନରେ ଏହି ଆସନ ବିଜେଡି ହାତରେ ରହିଥିଲା। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ। ସ୍ବାଧୀନ ପ୍ରାର୍ଥୀ ଭାବେ ଘାସିରାମ ମାଝୀ ଦ୍ୱିତୀୟ ସ୍ଥାନରେ ଥିଲେ। ବର୍ତ୍ତମାନ କଂଗ୍ରେସ ଏହି ଉପନିର୍ବାଚନ ଲାଗି ଘାସିରାମଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ଭାଜପା ପକ୍ଷରୁ ପୂର୍ବତନ ଏମପି ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ। କିନ୍ତୁ ଏବେ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ଗତ ମାସ ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଏହି ଆସନରେ ଉପନିର୍ବାଚନ ହେବାକୁ ଯାଉଛି। ସୂଚନା ମୁତାବକ, ଜୟଙ୍କୁ ଖୁବଶୀଘ୍ର ଭାଜପାରେ ଯୋଗ ଦେବାର ଥିବାବେଳେ ବିଜେଡିକୁ ଏବେ ବଡ଼ ଝଟ୍‌କା ଲାଗିଛି।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri