ପ୍ରଚାର ଆରମ୍ଭ କଲେ ରାଜେନ୍ଦ୍ର

ଭଦ୍ରକ ଅଫିସ,୧୯ା୧୦: ଉପନିର୍ବାଚନ ପାଇଁ ଧାମନଗରରେ ୩ ପ୍ରମୁଖ ଦଳର ପ୍ରଚାର ଜମୁଥିବା ବେଳେ ମଙ୍ଗଳବାର ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ। ତିହିଡ଼ି ବ୍ଲକ ଦୋଳସାହି ଛକରେ ହନୁମାନଙ୍କୁ ପୂଜାର୍ଚ୍ଚନା କରି ସମର୍ଥକଙ୍କ ସହ ରାଜେନ୍ଦ୍ର ପ୍ରଚାର ଆରମ୍ଭ କରିଛନ୍ତି। ପ୍ରଥମ ଦିନରେ ଅଚକ, କଁାପଡ଼ା, ପାଳସାହି, ଶ୍ୟାମସୁନ୍ଦରପୁର, ଈଶ୍ୱରପୁର, ହସନାବାଦ, ଧୂଷୁରୀ, ବୟାଙ୍ଗଡିହି ଆଦି ପଞ୍ଚାୟତରେ ଲୋକଙ୍କୁ ଭେଟି ନୌକା ଚିହ୍ନରେ ତାଙ୍କୁ ଭୋଟ୍‌ ଦେବା ପାଇଁ ନିବେଦନ କରିଥିଲେ। ତାଙ୍କ ସମର୍ଥକମାନେ ନୌକା ଚିହ୍ନର ପ୍ଲାକାର୍ଡ ଧରି ‘ରାଜୁ ନାହିଁ ତ ଭୋଟ୍‌ ନାହିଁ’, ‘ରାଜୁ ଭାଇ ଜିନ୍ଦାବାଦ୍‌’ ଆଦି ନାରା ଦେଇ ପ୍ରଚାରରେ ସାମିଲ ହୋଇଥିଲେ।
ବୟାଙ୍ଗଡିହିଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିବା ବେଳେ ଖାନ୍‌କା ସରିଫ୍‌ରେ ସେ ଚାଦର ଚଢ଼ାଇଥିଲେ। ଏହି ପ୍ରଚାର ଅବସରରେ ରାଜେନ୍ଦ୍ର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଉପନିର୍ବାଚନ ପାଇଁ ବିଭିନ୍ନ ଦଳର କେତେ ହେଭିୱେଟ୍‌ ନେତା ଆସିବେ। କିନ୍ତୁ ନିର୍ବାଚନ ପରେ ସେମାନଙ୍କର ଦେଖା ମିଳିବ ନାହିଁ। ମୁଁ ସବୁବେଳେ ଲୋକଙ୍କ ସାଙ୍ଗରେ ଥିଲି, ରହିଛି ଓ ରହିବି ମଧ୍ୟ। ଧାମନଗର ମାଟି ମୋର କର୍ମଭୂମି। ଏଣୁ ଧାମନଗରବାସୀ ବିପୁଳ ସଂଖ୍ୟାରେ ଭୋଟ୍‌ ଦେଇ ଜିତାଇବେ ବୋଲି ମୋର ବିଶ୍ୱାସ ରହିଛି। ମହିଳା, ଚାଷୀ ଓ ଯୁବକମାନେ ଆଶାତୀତ ସମର୍ଥନ ଜଣାଇଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri