ରାଜେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ, ଥାନାରେ ଏତଲା

ଖୋର୍ଦ୍ଧା, ୫ା୧୦(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଖୋର୍ଦ୍ଧା ମାଟିର ଅସମ୍ମାନ ହେବା ଭଳି ଅପଶବ୍ଦ କହିବାକୁ ନେଇ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଖୋର୍ଦ୍ଧା ସ୍ବାଭିମାନ ମଞ୍ଚ ଏହାର ତୀବ୍ର ବିରୋଧ କରିଛି। ବୁଧବାର ସନ୍ଧ୍ୟାରେ ମଞ୍ଚର ଶତାଧିକ କର୍ମୀ ନୂଆବସ୍‌ଷ୍ଟାଣ୍ଡରୁ ଶୋଭାଯାତ୍ରାରେ ବାହାରି ସମବାୟ ଛକ ନିକଟରେ ବିକ୍ଷୋଭ ପ୍ରଦର୍ଶନ ସହ ରାଜେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ପରେ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଥିଲେ।
ଉଲ୍ଲେଖ ରହିଛି ଯେ, ଗତ ନିର୍ବାଚନରେ ନିଜର ପରାଜୟ ପାଇଁ ରାଜେନ୍ଦ୍ର ଖୋର୍ଦ୍ଧା ଜନସାଧାରଣଙ୍କୁ ଦାୟୀ କରିବା ଆଳରେ ମାଟି ସମ୍ପର୍କରେ ଏକ ଅପଶବ୍ଦ (ଚରଣ….) ବ୍ୟବହାର କରି ଖୋର୍ଦ୍ଧାବାସୀଙ୍କୁ ନମକ ହାରାମ (ବିଶ୍ୱାସଘାତକ) ଭଳି ଅଭିହିତ କରିଛନ୍ତି। ପାଇକ ମାଟିକୁ ସେ ତାତ୍ସଲ୍ୟ କରିଛନ୍ତି। ଭାରତର ଶେଷ ସ୍ବାଧୀନ ଦୁର୍ଗ ଏବଂ ବ୍ରିଟିଶ ବିରୋଧରେ ସଶସ୍ତ୍ର ସଂଗ୍ରାମ ପାଇଁ ଦେଶରେ ପରିଚିତ ଖୋର୍ଦ୍ଧା ମାଟିର ସ୍ବାଭିମାନକୁ ଆଘାତ ଦେଇଛନ୍ତି। ରାଜେନ୍ଦ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ତାଙ୍କୁ ଗିରଫ ଲାଗି ଖୋର୍ଦ୍ଧା ସ୍ବାଭିମାନ ମଞ୍ଚର କର୍ମୀମାନେ ଦାବି କରିଛନ୍ତି। ଏହାର ପ୍ରତିକ୍ରିୟାରେ ରାଜେନ୍ଦ୍ର କହିଛନ୍ତି, ନିର୍ବାଚନ ହାରିବା ପରେ ମନରେ ଅନେକ କ୍ଷୋଭ ରହିଥିଲା। ଶଙ୍ଖ ଭବନରେ ଦଳୀୟ ନେତୃତ୍ୱଙ୍କ ଆଗରେ ଅସନ୍ତୋଷ ପ୍ରକାଶ ବେଳେ ସେ ଏହା କହିଥିବା ସ୍ବୀକାର କରିଛନ୍ତି। ତାଙ୍କ ବିରୋଧରେ ଷଡ଼ଯନ୍ତ୍ର ପୂର୍ବକ ଅଡିଓ ରେକର୍ଡିଂ କରି ଭାଇରାଲ କରାଯାଇଛି। କେହି ଉଦ୍ଦେଶ୍ୟମୂଳକ ଭାବେ ଅଡିଓ କରି ଭାଇରାଲ କରୁଥିବା ଅଭିଯୋଗ କରିଛନ୍ତି। ତାଙ୍କ କଥାକୁ କଦର୍ଯ୍ୟଭାବେ ପରିବେଷଣ କରାଯାଉଥିବା କହିବା ସହ ଏଭଳି ମନ୍ତବ୍ୟ ପାଇଁ ସେ କ୍ଷମା ପ୍ରାର୍ଥନା ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri