ରାଜେନ୍ଦ୍ରଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ନାଉଗଁା,୧ା୭(ସୁଧା ବେହୁରା): ନାଉଗଁା ବ୍ଲକ ଅନ୍ତର୍ଗତ ଗୋଠଦା ଗ୍ରାମର ରାଜେନ୍ଦ୍ର ମଲିକ କର୍କଟ ରୋଗରେ ପୀଡ଼ିତ। ତାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ଏନେଇ ପରିବାର ଲୋକେ ଦୁଃଖରେ ଭାଙ୍ଗିପଡ଼ିଛନ୍ତି।
ଦଳିତ ପରିବାରର ହୋଇଥିବା ବେଳେ ଦିନମଜୁରିଆ କାର୍ଯ୍ୟ କରନ୍ତି। ପରିବାର କହିଲେ ବୃଦ୍ଧ ବାପା ଯୋଗେନ୍ଦ୍ର ମଲିକ (୬୫), ମା ପୂର୍ଣ୍ଣିମା ମଲିକ(୬୨), ରାଜେନ୍ଦ୍ରଙ୍କ ସ୍ତ୍ରୀ ରୀନା (୪୨) ଓ ଗୋଟିଏ ନାବାଳକ ପୁଅ (୧୫)ଙ୍କୁ ବୁଝାଏ। ବହୁ ଦିନରୁ ରାଜେନ୍ଦ୍ରଙ୍କ ଗାଲରେ ଏକ ମାଂସପିଣ୍ଡୁଳା ବୃଦ୍ଧି ପାଉଥିଲା। ଏନେଇ ସେ ଡାକ୍ତରଖାନା ଯାଇ ପରୀକ୍ଷା କରିବା ପରେ ସେ କର୍କଟରେ ପୀଡ଼ିତ ଥିବା ଜଣାପଡ଼ିଥିଲା। ଡାକ୍ତରଙ୍କ ପରାମର୍ଶକ୍ରମେ ଏକ ଘରୋଇ ହସ୍ପିଟାଲରେ ସେ ଅସ୍ତ୍ରୋପଚାର କରିଥିଲେ। ଏହି ସମୟରେ ପାଖରେ ଯାହା ଅର୍ଥ ଥିଲା ତାହା ଖର୍ଚ୍ଚ ହୋଇଯାଇଥିଲା। ଅଧିକ ଆବଶ୍ୟକ ପଡ଼ିବାରୁ ଧାରକରଜ କରାଯାଇଥିଲା। ଏବେ ପରବର୍ତ୍ତୀ ଚିକିତ୍ସା ପାଇଁ ଆଉ ଅର୍ଥ ନାହିଁ। ଯାହାଫଳରେ ସେ ଆଉ ଚିକିତ୍ସିତ ହୋଇ ପାରୁନାହାନ୍ତି। ଅପରପକ୍ଷେ ରାଜେନ୍ଦ୍ରଙ୍କ ଉପରେ ନିର୍ଭର କରୁଥବା ପରିବାର ସଦସ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବୃଦ୍ଧ ମା’ବାପା ବୟସ ଯୋଗୁ ବାହାରକୁ ମୂଲ ଲାଗିବା ପାଇଁ ଯାଇପାରୁନାହାନ୍ତି। ଅପରପକ୍ଷେ ନାବାଳକ ପୁଅ ଚଳିତ ବର୍ଷ ମାଟ୍ରିକ୍‌ ପାସ୍‌ କରିଥିଲେ ମଧ୍ୟ ଅର୍ଥାଭାବରୁ ଉଚ୍ଚଶିକ୍ଷାରୁ ବଞ୍ଚତ୍ତ ହୋଇଛନ୍ତି। ସ୍ତ୍ରୀ ରୀନା ପର ଘରେ ମୂଲ ଲାଗି ଯାହା ଆଣୁଛନ୍ତି ସେଥିରେ ପରିବାର ଚଳାଇବା ଓ ସ୍ବାମୀଙ୍କ ଚିକିତ୍ସା କରିବା କଷ୍ଟକର ହୋଇପଡ଼ୁଛି। ଅର୍ଥାଭାବରୁ ରାଜେନ୍ଦ୍ର ଘର ଖଣ୍ଡେ କରିପାରୁ ନ ଥିବାରୁ ଜରିପାଲ ତଳେ ସମସ୍ତଙ୍କ ଜୀବନ ବିତୁଛି। ଏଭଳି ସ୍ଥିତିରେ ତାଙ୍କ ଚିକିତ୍ସା ଠିକ୍‌ ସମୟରେ ନ ହେଲେ ଜୀବନ ପ୍ରତି ବିପଦ ଆଶଙ୍କା ରହିଛି। ଏନେଇ ସରକାରୀ ସାହାଯ୍ୟ ମିଳିଲେ ରାଜେନ୍ଦ୍ରଙ୍କ ଅଧିକ ଚିକିତ୍ସା କରାଯାଇପାରିବ ବୋଲି ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri