ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହାକୁ ନେଇ ଛତ୍ରପୁର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
ରାଜେଶ ମହାରଣା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବା ସମୟରେ ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ବେହେରା, ଛାତ୍ର ନେତା ଅକ୍ଷୟ ପ୍ରଧାନ, ଯୁବ ନେତା ବିଭୂତି ପଲାଇ, ପପୁ ନନ୍ଦ, ସନ୍ତୋଷ ପାଢ଼ୀ, ଟିକିନା ବେହେରା, ମଳୟ, ପିଙ୍କୁ, ଆଶିଷ, ଭବାନୀଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ଯୁବକ ଉପସ୍ଥିତ ଥିଲେ।
ଆଗାମୀ ଦିନରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବାକୁ ଥିବା ବେଳେ ଯୁବ ସଂଗଠକ ରାଜେଶ ମହାରଣାଙ୍କ ଏହି ସାକ୍ଷାତକାରକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। ଏହା ଦଳର ସଂଗଠନକୁ ଆହୁରି ମଜଭୁତ କରିବା ସହ ଛତ୍ରପୁର ନିର୍ବାଚନମଣ୍ଡଳୀରେ ନୂଆ ରାଜନୈତିକ ସମୀକରଣ ସୃଷ୍ଟି କରିପାରେ ବୋଲି ରାଜନୈତିକ ସମୀକ୍ଷକମାନେ ମତ ପ୍ରକାଶ କରିଛନ୍ତି।