ରାଜେଶ ପ୍ରଭାକର ପାଟିଲ ସମବାୟ ସଚିବ

ଭୁବନେଶ୍ୱର,୨ା୨(ଅନିଲ ଦାସ): ଆନ୍ତଃରାଜ୍ୟ ଡେପୁଟେଶନରୁ ଫେରିବା ପରେ ୨୦୦୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ରାଜ୍ୟ ସମବାୟ ସଚିବ ଭାବେ ନିଯୁକ୍ତି ମିଳିଛି। ସେ ଅତିରିକ୍ତ ଭାବେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରିବେ। ପାଟିଲ ଗୁରୁବାର ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟିଛନ୍ତି। ସରକାରୀ ଚାକିରିରୁ ବୁଧବାର ଅବସର ନେଇଥିବା ସୁରେଶ ଚନ୍ଦ୍ର ଦଳେଇଙ୍କୁ ଇଡ୍‌କୋ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଓଏସ୍‌ଡି ଭାବେ ଅବସ୍ଥାପିତ କରାଯାଇଛି। ସେ ୧ ବର୍ଷ ପାଇଁ ଏହି ପଦବୀରେ ରହିବେ।
ସେହିପରି ରାଜ୍ୟର ୪ ଜଣ ବରିଷ୍ଠ ଓଏଏସ୍‌ ଅଫିସରଙ୍କୁ ଆଇଏଏସ୍‌ ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେମାନେ ହେଲେ ସ୍ମିତା ରାଉତ, ମଧୁସ୍ମିତା ସାମଲ, ସଞ୍ଜୟ କୁମାର ବିଶ୍ୱାଳ ଏବଂ ସାଗରିକା ହୋତା। ଏ ନେଇ ଗୁରୁବାର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ଓକାକ୍‌ ଜେନେରାଲ ମ୍ୟାନେଜର ମଧୁସ୍ମିତା ରଥ, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଦେବାଶିଷ ସିଂ ଏବଂ ଏମ୍‌ଏସ୍‌ଏମ୍‌ଇ ବିଭାଗର ଅତିରିକ୍ତ ସଚିବ ମହେଶ କୁମାର ଚୌଧୁରୀଙ୍କୁ ସ୍ବତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏ ନେଇ ଗୁରୁବାର ସଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ସେହିପରି ବିଏମ୍‌ସିର ଅତିରିକ୍ତ କମିଶନର ଶୁଭେନ୍ଦୁ କୁମାର ସାହୁଙ୍କୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ପୁରୀ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁଙ୍କୁ ପର୍ଯ୍ୟଟନ ବିଭାଗର ଯୁଗ୍ମ ସଚିବ, ରମେଶ ଚନ୍ଦ୍ର ଜେନାଙ୍କୁ କନ୍ଧମାଳ ଅତିରିକ୍ତ ଜିଲାପାଳ ଏବଂ ଲଳିତ ସୋରେଙ୍ଗଙ୍କୁ କେନ୍ଦୁଝର ଅତିରିକ୍ତ ଜିଲାପାଳ ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri