୫ ଦିନିଆ ରିମାଣ୍ଡରେ ରାଜେଶ,ରବିନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଚକରା ଗ୍ୟାଙ୍ଗରେ ସାମିଲ ହୋଇ ରାଜଧାନୀର ବିଭିନ୍ନ ସ୍ଥାନରୁ ବନ୍ଧୁକ ମୁନରେ ଆତଙ୍କ ଖେଳାଇ ଲୁଟ୍‌ପାଟ, ରାହାଜାନି, ଡକାୟତି ଭଳି ଅପରାଧରେ ଜଡ଼ିତ ୨ଅଭିଯୁକ୍ତ ରାଜେଶ ମହାପାତ୍ର ଓ ରବିନ ଶତପଥୀଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି ଖଣ୍ଡଗିରି ଥାନା ପୋଲିସ। ଅଭିଯୁକ୍ତଦ୍ୱୟଙ୍କୁ ୧୦ଦିନିଆ ରିମାଣ୍ଡରେ ନେବା ପାଇଁ ଖଣ୍ଡଗିରି ଥାନା ପୋଲିସ ଭୁବନେଶ୍ୱର ଏସ୍‌ଡିଜିଏମ୍‌ କୋର୍ଟରେ ଆବେଦନ କରିଥିଲା।
ସୂଚନାନୁଯାୟୀ ୧୯ ବର୍ଷରେ ଅପରାଧ ଜଗତରେ ପାଦ ଥାପିଥିବା ରାଜେଶ ପ୍ରଥମେ ଏକ ଛୋଟ ଗ୍ୟାଙ୍ଗ କରି ଲୁଟ ଓ ଡକାୟତି କରୁଥିଲେ। ପରେ ସେ ଚକରା ଗ୍ୟାଙ୍ଗରେ ସାମିଲ ହୋଇ ଭୁବନେଶ୍ୱରରେ ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଗହଣା, ମୋବାଇଲ, ପର୍ସ ଓ ଟଙ୍କା ଝାମ୍ପି ନେଉଥିଲେ। ଏପରିକି ବ୍ୟବସାୟୀଙ୍କୁ ଟାର୍ଗେଟ କରି ଟଙ୍କା ଲୁଟ୍‌ କରି ଫେରାର ହୋଇଯାଉଥିଲେ, ଯାହାକି କମିଶନରେଟ ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଥିଲେ। ଗତ ୧୩ରେ ବରମୁଣ୍ଡାରେ ବଡ଼ ଧରଣର ଡକାୟତି ଯୋଜନା ହୋଇଥିବା ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଚଢାଉ କରି ଧରିବା ପାଇଁ ଚେଷ୍ଟା କରିଥିଲା। ଏହି ସମୟରେ ଚକରା ପୋଲିସ ଉପରକୁ ଗୁଳି ଚଳାଇ ଫେରାର ହେବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ଏନ୍‌କାଉଣ୍ଟର କରିବାରୁ ଚକରା ଗୋଡ଼ରେ ଗୁଳି ବାଜିବାରୁ ସେ ତଳେ ପଡ଼ିଯାଇଥିଲେ। ଫଳରେ ତାକୁ ଧରିବାରେ ସହଜ ହୋଇଥିଲା। ତେବେ ଚକରାଙ୍କୁ ଏନକାଉଣ୍ଟର ପରେ ରାଜେଶ ଭୟରେ ଗତ ୨୬ତାରିଖରେ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ଏବେ ରାଜେଶଙ୍କୁ ରିମାଣ୍ଡରେ ନେଇ ଏହି ଗ୍ୟାଙ୍ଗର ପୂରା ସୁରାକ ଖୋଜିବ ପୋଲିସ। ଏଯାବତ ଚକରା ଗ୍ୟାଙ୍ଗରେ ରାଜେଶଙ୍କ ମା’ଙ୍କୁ ମିଶାଇ ମୋଟ ୮ ଜଣ ଗିରଫ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?