Posted inଖେଳ

ରାଜେଶ, ଶ୍ରୀହନ ଚାମ୍ପିୟନ

ଭୁବନେଶ୍ୱର, ୮।୧(ତପନ ସ୍ବାଇଁ): କେଟି ଗ୍ଲୋବାଲ ଅଲ୍‌ ଓଡ଼ିଶା ଓପନ ଚେସ୍‌ର ୧୦ମ ସଂସ୍କରଣ ଏବଂ ରାଜ୍ୟ ଓପନ ବ୍ଲିଜ୍‌ ଚାମ୍ପିୟନଶିପ୍‌ ରବିବାର ସମାପ୍ତ ହୋଇଛି। କ୍ଲାସିକାଲ ଇଭେଣ୍ଟରେ ରାଜ୍ୟର ୮ ଜିଲାରୁ ୧୦୦ ଖେଳାଳି ଅଂଶଗ୍ରହଣ କରିଥିଲେ। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଟପ୍‌ ସିଡ୍‌ ପୁରୀର ରାଜେଶ ନାୟକ ୬.୬ ପଏଣ୍ଟ ପାଇ ଚାମ୍ପିୟନ ହୋଇଥିଲେ। ଗଜପତିର ତପନ ବଡ଼ମୁଣ୍ଡି ଓ ଅନୁଗୋଳର ଶ୍ରୀନିବାସ ମିଶ୍ର ୬ ପଏଣ୍ଟ ଲେଖାଏ ହାସଲ କରି ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ସେହିପରି ୯ ରାଉଣ୍ଡ ବିଶିଷ୍ଟ ବ୍ଲିଜ୍‌ ଇଭେଣ୍ଟରେ ୮ ପଏଣ୍ଟ ପାଇ ଶ୍ରୀହନ ସାବତ ଚାମ୍ପିୟନ ହୋଇଛନ୍ତି। ସ୍ମାରକୀ ମହାନ୍ତି ଓ ତପନ ବଡ଼ମୁଣ୍ଡି ୭ ପଏଣ୍ଟ ଲେଖାଏ ହାସଲ କରି ଦ୍ୱିତୀୟ ଓ ତୃତୀୟ ହୋଇଛନ୍ତି। ପ୍ରତିଷ୍ଠିତ ଚେସ୍‌ କୋଚ୍‌ ସତ୍ୟରଞ୍ଜନ ପଟ୍ଟନାୟକ ମୁଖ୍ୟ ଅତିଥି ଏବଂ ଆଇଆଇଜି ସ୍ପୋଟର୍‌ସ ଏକାଡେମୀର କ୍ରୀଡ଼ା ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ପୁହାଣ, ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ କାର୍ଯ୍ୟକାରିଣୀ ସଦସ୍ୟ ସୂର୍ଯ୍ୟକାନ୍ତ ବିଷୋୟୀ, ଷ୍ଟ୍ରେଟ୍‌ଜେମ୍‌ ସିଇଓ ଅମ୍ଳାନ ପ୍ରଧାନ, ଅନ୍ତର୍ଜାତୀୟ ଆର୍ବିଟର ସୁରେଶ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସୁରେଶ ସାହୁଙ୍କ ସମେତ ଅନ୍ତର୍ଜାତୀୟ ଆର୍ବିଟର ତାପସ କୁମାର ମହାନ୍ତି ଓ ସନ୍ତୋଷ କୁମାର ମହାପାତ୍ର ଟୁର୍ନାମେଣ୍ଟ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ଆମେରିକା-ଇରାନ ଡିଲ୍‌ରେ ଏହି ଦେଶ ସାମିଲ, ଜାଣିଲେ ହୋଇଯିବେ ତାଜୁବ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦର ମଧ୍ୟସ୍ଥତା ପାଇଁ ପ୍ରୟାସ ଜୋର ଧରିଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri