Posted inଖେଳ

ହୃଦ୍‌ଘାତରେ ୪୦ ବର୍ଷୀୟ କ୍ରିକେଟର୍‌ଙ୍କ ପରଲୋକ

ମୁମ୍ବାଇ,୨୪।୪:ମୁମ୍ବାଇର ପୂର୍ବତନ ଦ୍ରୁତ ବୋଲର ତଥା ରଣଜୀ ଟ୍ରଫି ବିଜେତା ଦଳର ଅଂଶ ଥିବା ରାଜେଶ ବର୍ମାଙ୍କ ଦେହାନ୍ତ ହୋଇଛି। ସେ ୪୦ ବର୍ଷ ବୟସରେ ହୃଦଘାତରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାଜେଶ ତାଙ୍କ କ୍ୟାରିୟରରେ ୭ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିଥିଲେ। କିନ୍ତୁ ସେ ୨୦୦୬-୦୭ରେ ରଣଜୀ ଟ୍ରଫି ଜିତିଥିବା ମୁମ୍ବାଇ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଥିଲେ।
ଡାହାଣହାତୀ ମଧ୍ୟମ ପେସର୍‌ ରାଜେଶ ୨୦୦୨-୦୩ରେ ତାଙ୍କର ପ୍ରଥମ ଶ୍ରେଣୀରେ ଡେବ୍ୟୁ କରିଥିଲେ। ସେ ୨୦୦୮ରେ ବ୍ରାବୋର୍ନ ଷ୍ଟାଡିୟମରେ ପଞ୍ଜାବ ବିପକ୍ଷରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ସେ ସାତୋଟି ମ୍ୟାଚରେ ୨୩ଟି ଉଇକେଟ ନେଇଥିଲେ। ଏହା ବ୍ୟତୀତ ସେ ୧୧ ତାଲିକା ଏ’ ମ୍ୟାଚରେ ୨୦ଟି ଉଇକେଟ ନେଇଥିଲେ। ରାଜେଶଙ୍କ ଦେହାନ୍ତ ବିଷୟରେ ସୂଚନା ଦେଇ ମୁମ୍ବାଇ କ୍ରିକେଟ ଆସୋସିଏସନ (ଏମସିଏ) ଏହାର ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଲଜ୍ଜା: ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri