Posted inଖେଳ

କ୍ୱାର୍ଟର ଫାଇନାଲରେ ମୁକ୍ତେଶ୍ୱର

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର (୧୬ ବର୍ଷରୁ କମ୍‌) କ୍ରିକେଟ ଟୁର୍ନାମେଣ୍ଟର ୬ଷ୍ଠ ପ୍ରି-କ୍ୱାର୍ଟର ଫାଇନାଲ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହିଦ ସ୍ପୋର୍ଟିଂକୁ ୧୫ ରନରେ ହରାଇ ମୁକ୍ତେଶ୍ୱର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ମୁକ୍ତେଶ୍ୱର ୩୦ ଓଭରରେ ୮ ଉଇକେଟ ହରାଇ ୧୪୯ ରନ କରିଥିଲା। ଦଳ ପକ୍ଷରୁ ଅର୍ପିତ ନାୟକ ୫୪ ବଲ୍‌ରୁ ସର୍ବାଧିକ ୬୧ ରନ କରିଥିଲେ। ବିପକ୍ଷ ଦଳର ଆଦିତ୍ୟ କୁମାର ପ୍ରଧାନ ୨୩ ରନ ବିନିମୟରେ ସର୍ବାଧିକ ୪ଟି ଉଇକେଟ ନେଇଥିଲେ। ୧୫୦ ରନ ବିଜୟ ଲକ୍ଷ୍ୟନେଇ ବ୍ୟାଟିଂ କରିଥିବା ସହିଦ ସ୍ପୋର୍ଟିଂ ପୂରା ୩୦ ଓଭର ଖେଳିଥିଲେ ହେଁ ୫ ଉଇକେଟ ହରାଇ ୧୩୪ ରନ କରିବାକୁ ସକ୍ଷମ ହୋଇଥିଲା। ଆଦିତ୍ୟ ପ୍ରଧାନ ୩୪ ଏବଂ ଦେବଜ୍ୟୋତି ପଟ୍ଟନାୟକ ୫୭* ରନ କରିଥିଲେ। ମୁକ୍ତେଶ୍ୱର ବୋଲରଙ୍କ ମଧ୍ୟରେ ଅର୍ପିତ ନାୟକ ୨୬ ରନରେ ୨ଟି ଏବଂ ପୀୟୂଷ ପାତ୍ର ୧୧ ରନରେ ଗୋଟିଏ ଉଇକେଟ ନେଇଥିଲେ। ଅଲ୍‌ରାଉଣ୍ଡ ପ୍ରଦର୍ଶନ ପାଇଁ ଅର୍ପିତ ନାୟକଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା। ରଣଜୀ ଟ୍ରଫି ଖେଳାଳି ସନ୍ଦୀପ ପଟ୍ଟନାୟକ ଅତିଥିଭାବେ ଯୋଗଦେଇ ଅର୍ପିତଙ୍କୁ ପୁରସ୍କୃତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri