ରାଜଗାଙ୍ଗପୁର ଲେଭଲ କ୍ରସିଂ: ଓଭରବ୍ରିଜ୍‌ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର,୨୬ା୬(ସୁନିତ୍‌ ମିଶ୍ର): ରାଜଗାଙ୍ଗପୁର ଲେଭଲ କ୍ରସିଂଠାରେ ହେଉଥିବା ଓଭର ବ୍ରିଜ୍‌ ନିର୍ମାଣ (ଆର୍‌ଓବି ପ୍ରୋଜେକ୍ଟ) ପ୍ରକିୟା ତ୍ୱରାନ୍ବିତ ହୋଇଛି। ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ସୋନାଖାନ ଓ କାଂସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ ୨୦୧୮ ମସିହାରେ ଆରମ୍ଭ ହୋଇଥିଲା, ମାତ୍ର ଜମି ଅଧିଗ୍ରହଣ ଜନିତ ସମସ୍ୟା ଥିବାରୁ ୨୦୨୨ରେ ଏହାର ଟେଣ୍ଡର ବାତିଲ କରାଯାଇଥିଲା। ପ୍ରକାଶ ଥାଉ କି, ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି. କେ. ପାଣ୍ଡିଆନ୍‌ଙ୍କ ସୁନ୍ଦରଗଡ଼ ଜିଲା ଗସ୍ତ ସମୟରେ ସେ ରାଜଗାଙ୍ଗପୁରର ଏହି ବ୍ରିଜ ନିର୍ମାଣ ସ୍ଥାନ ମଧ୍ୟ ପରିଦର୍ଶନ କରିଥିଲେ। ଏହାର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ କହିଥିଲେ। ୫-ଟି ସଚିବଙ୍କ ଏହି ଗସ୍ତ ସମୟରେ ଜନସାଧାରଣ ତାଙ୍କୁ ଭେଟିଥିଲେ। ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରାଯିବାକୁ ୫-ଟି ସଚିବଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri