ରାଜିନ୍ଦର ପିଆଇବି ଓଡ଼ିଶା ମୁଖ୍ୟ

ଭୁବନେଶ୍ୱର,୧୬।୩(ପି.ଆଇ.ବି.): ଭାରତୀୟ ସୂଚନା ସେବା (ଆଇଆଇଏସ୍‌)ର ବରିଷ୍ଠ ଅଧିକାରୀ ରାଜିନ୍ଦର ଚୌଧୁରୀ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି) ଓଡ଼ିଶା ମୁଖ୍ୟ ତଥା ଅତିରିକ୍ତ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପିଆଇବି ଭୁବନେଶ୍ୱର ଏବଂ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ, ଭୁବନେଶ୍ୱରର ମୁଖ୍ୟ ଭାବେ କାର୍ଯ୍ୟ କରିବେ। ସେ ମଧ୍ୟ ଆର୍‌ଏନ୍‌ଆଇର ଅତିରିକ୍ତ ପ୍ରେସ୍‌ ରେଜିଷ୍ଟାର ଭାବେ କାର୍ଯ୍ୟଭାର ତୁଲାଇବେ।
ପୂର୍ବରୁ ଚୌଧୁରୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟରେ ମୁଖ୍ୟ ଗଣମାଧ୍ୟମ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ୧୯୯୭ ବ୍ୟାଚ୍‌ର ଅଧିକାରୀ ଚୌଧୁରୀ ପୂର୍ବରୁ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ବିଭିନ୍ନ ବିଭାଗରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିସାରିଛନ୍ତି। ସେ ପ୍ରକାଶନ ବିଭାଗର ନିର୍ଦ୍ଦେଶକ, ନୂଆଦିଲ୍ଲୀସ୍ଥିତ ପିଆଇବିରେ ନିର୍ଦ୍ଦେଶକ ଭାବେ ମଧ୍ୟ ଦାୟିତ୍ୱ ସମ୍ପାଦନ କରିସାରିଛନ୍ତି। ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟର ଉପସଚିବ ଥିବା ବେଳେ ତାଙ୍କ ନେତୃତ୍ୱରେ ଉପଭୋକ୍ତା ସଚେତନତା ଲାଗି ଲୋକପ୍ରିୟ ହୋଇଥିବା ‘ଜାଗୋ ଗ୍ରାହକ ଜାଗୋ’ ଅଭିଯାନ ଆରମ୍ଭ ହୋଇଥିଲା। ଦାୟିତ୍ୱ ଗ୍ରହଣ ବେଳେ ପିଆଇବି ଭୁବନେଶ୍ୱରର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ତାଙ୍କୁ ସ୍ବାଗତ ଜଣାଇଥିଲେ। ଅତିରିକ୍ତ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟଭାର ଗ୍ରହଣ କରିବାର ପ୍ରଥମ ଦିନରେ ସେ ପତ୍ର ସୂଚନା କାର୍ଯ୍ୟାଳୟ/ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟର ଅଧିକାରୀମାନଙ୍କ ସହିତ ଦୈନନ୍ଦିନ କାର୍ଯ୍ୟଧାରା ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri