Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ ତାଙ୍କର ଅନେକ ପ୍ରଶଂସକ ରହିଛନ୍ତି । ତାଙ୍କ କାହାଣୀ ଅନେକ ଲୋକଙ୍କୁ ପ୍ରେରିତ କରିଛି । ୭୫ ବର୍ଷ ବୟସରେ ପାଦ ଦେଇଛନ୍ତି ଥାଲାଇଭା । ତେବେ ତାଙ୍କ ଜନ୍ମଦିନରେ ଶହଶହ ଫ୍ୟାନ୍ସଙ୍କର ଶୁଭେଚ୍ଛାର ସୁଅ ଛୁଟୁଛି ।

ରଜନୀକାନ୍ତଙ୍କ ଜନ୍ମ ୧୯୫୦ମସିହା ଡିସେମ୍ବର ୧୨ ରେ ବାଙ୍ଗାଲୋରରେ ହୋଇଥିଲା। ତାଙ୍କ ପିତା ରାମୋଜୀ ରାଓ ଗାଏକୱାଡ ଜଣେ ପୋଲିସ କନଷ୍ଟେବଳ ଥିଲେ ଏବଂ ତାଙ୍କ ମାଆ ଜଣେ ଗୃହିଣୀ ଥିଲେ। ଏହି ଅଭିନେତା ମରାଠା ହିନ୍ଦୁ ପରିବାରର ଏବଂ ହିନ୍ଦୁ ଧର୍ମ ପାଳନ କରନ୍ତି । ତାଙ୍କ ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନହେବା କାରଣରୁ ତାଙ୍କୁ ପିଲାଦିନକୁ କାମ କରିବାକୁ ପଡିଲା ।

ଅଭିନେତା ପୂର୍ବରୁ ରଜନୀକାନ୍ତ ଫିଲ୍ମ କଣ୍ଡକ୍ଟର ଥିଲେ । ସେ ବସରେ ଟିକେଟ କାରୁଥିଲେ । ତାଙ୍କ ଟିକେଟ କାଟିବା ଶୈଳୀ ଏବଂ ନିଆରା ଅନ୍ଦାଜ ପାଇଁ ଲୋକେ ବସରେ ବସିବା ପାଇଁ ଲାଇନ ଲଗାଉଥିଲେ । ବର୍ତ୍ତମାନ ଏପରି ସମୟ ଆସିଛି ଯେ, ହଲରେ ତାଙ୍କୁ ଦେଖିବା ପାଇଁ ଫ୍ୟାନ୍ସଙ୍କ ଲାଇନ ଲାଗୁଛି ।

ତେବେ ରଜନୀକାନ୍ତଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।ମୋଦି ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ରଜନୀକାନ୍ତଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କର ଅଭିନୟ ପିଢ଼ି ପିଢ଼ିକୁ ଆକର୍ଷିତ କରିଛି ଏବଂ ବିପୁଳ ପ୍ରଶଂସା ମଧ୍ୟ ପାଇଛନ୍ତି । ସେ ଏପରି ଅନେକ ରୋଲ କରିଛନ୍ତି ଯାହା ଏକ ବେଞ୍ଚମାର୍କ ସୃଷ୍ଟି କରିଛି । ଚଳିତ ବର୍ଷ ତାଙ୍କର ଜନ୍ମଦିନ ବହୁତ ଖାସ୍ କାରଣ ସେ ଫିଲ୍ମ କ୍ୟାରିୟରରେ ୫୦ ବର୍ଷ ପୂରଣ କରିଛନ୍ତି । ତାଙ୍କର ଦୀର୍ଘାୟୁ ନେଇ ପ୍ରାର୍ଥନା କରୁଛୁ ବୋଲି କହିଛନ୍ତି ମୋଦି ।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri