Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ ତାଙ୍କର ଅନେକ ପ୍ରଶଂସକ ରହିଛନ୍ତି । ତାଙ୍କ କାହାଣୀ ଅନେକ ଲୋକଙ୍କୁ ପ୍ରେରିତ କରିଛି । ୭୫ ବର୍ଷ ବୟସରେ ପାଦ ଦେଇଛନ୍ତି ଥାଲାଇଭା । ତେବେ ତାଙ୍କ ଜନ୍ମଦିନରେ ଶହଶହ ଫ୍ୟାନ୍ସଙ୍କର ଶୁଭେଚ୍ଛାର ସୁଅ ଛୁଟୁଛି ।

ରଜନୀକାନ୍ତଙ୍କ ଜନ୍ମ ୧୯୫୦ମସିହା ଡିସେମ୍ବର ୧୨ ରେ ବାଙ୍ଗାଲୋରରେ ହୋଇଥିଲା। ତାଙ୍କ ପିତା ରାମୋଜୀ ରାଓ ଗାଏକୱାଡ ଜଣେ ପୋଲିସ କନଷ୍ଟେବଳ ଥିଲେ ଏବଂ ତାଙ୍କ ମାଆ ଜଣେ ଗୃହିଣୀ ଥିଲେ। ଏହି ଅଭିନେତା ମରାଠା ହିନ୍ଦୁ ପରିବାରର ଏବଂ ହିନ୍ଦୁ ଧର୍ମ ପାଳନ କରନ୍ତି । ତାଙ୍କ ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନହେବା କାରଣରୁ ତାଙ୍କୁ ପିଲାଦିନକୁ କାମ କରିବାକୁ ପଡିଲା ।

ଅଭିନେତା ପୂର୍ବରୁ ରଜନୀକାନ୍ତ ଫିଲ୍ମ କଣ୍ଡକ୍ଟର ଥିଲେ । ସେ ବସରେ ଟିକେଟ କାରୁଥିଲେ । ତାଙ୍କ ଟିକେଟ କାଟିବା ଶୈଳୀ ଏବଂ ନିଆରା ଅନ୍ଦାଜ ପାଇଁ ଲୋକେ ବସରେ ବସିବା ପାଇଁ ଲାଇନ ଲଗାଉଥିଲେ । ବର୍ତ୍ତମାନ ଏପରି ସମୟ ଆସିଛି ଯେ, ହଲରେ ତାଙ୍କୁ ଦେଖିବା ପାଇଁ ଫ୍ୟାନ୍ସଙ୍କ ଲାଇନ ଲାଗୁଛି ।

ତେବେ ରଜନୀକାନ୍ତଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।ମୋଦି ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ରଜନୀକାନ୍ତଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କର ଅଭିନୟ ପିଢ଼ି ପିଢ଼ିକୁ ଆକର୍ଷିତ କରିଛି ଏବଂ ବିପୁଳ ପ୍ରଶଂସା ମଧ୍ୟ ପାଇଛନ୍ତି । ସେ ଏପରି ଅନେକ ରୋଲ କରିଛନ୍ତି ଯାହା ଏକ ବେଞ୍ଚମାର୍କ ସୃଷ୍ଟି କରିଛି । ଚଳିତ ବର୍ଷ ତାଙ୍କର ଜନ୍ମଦିନ ବହୁତ ଖାସ୍ କାରଣ ସେ ଫିଲ୍ମ କ୍ୟାରିୟରରେ ୫୦ ବର୍ଷ ପୂରଣ କରିଛନ୍ତି । ତାଙ୍କର ଦୀର୍ଘାୟୁ ନେଇ ପ୍ରାର୍ଥନା କରୁଛୁ ବୋଲି କହିଛନ୍ତି ମୋଦି ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି

କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା,...

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri