ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ ମୈସୁରରେ ଚାଲିଥିବା ବେଳେ ତାଙ୍କୁ ଦେଖିବା ପାଇଁ ବହୁ ସଂଖ୍ୟକ ଲୋକ ଶୁଟିଂ ସେଟ୍‌ ନିକଟରେ ଏକାଠି ହୋଇଥିଲେ। ତେବେ ଫ୍ୟାନ୍‌ଙ୍କୁ ସବୁଠୁ ଅଧିକ ଆଶ୍ଚର୍ଯ୍ୟ କରିଥିଲା ରଜନୀକାନ୍ତଙ୍କ ସେଟ୍‌ରେ ପହଞ୍ଚିବା ଅନ୍ଦାଜ । କୌଣସି ଦାମୀ କାର୍‌ରେ ନୁହେଁ, ବରଂ ସେ ଅଟୋ ରିକ୍ସାରେ ଶୁଟିଂ ସେଟ୍‌ରେ ପହଞ୍ଚିଥିଲେ । ତାଙ୍କ ଅଟୋ ନିକଟରେ ସୁରକ୍ଷାକର୍ମୀ ଥିବାରୁ ଫ୍ୟାନ୍‌ମାନେ ରଜନୀକାନ୍ତ ଆସିଥିବା ଜାଣିପାରିଥିଲେ।

ଅଟୋରୁ ଓହ୍ଲାଇବା ମାତ୍ରେ ଫ୍ୟାନ୍‌ମାନେ ଜୋରଦାର ନାରା ଦେଇ ତାଙ୍କୁ ସ୍ୱାଗତ କରିଥିଲେ । ରଜନୀକାନ୍ତ ମଧ୍ୟ ପ୍ରଶଂସକଙ୍କୁ ନିରାଶ କରିନଥିଲେ। ହାତ ହଲାଇ ସମସ୍ତଙ୍କୁ ଅଭିବାଦନ ଜଣାଇଥିଲେ। ଏହି ସମୟରେ ଫ୍ୟାନ୍‌ମାନେ ମୋବାଇଲ୍‌ରେ ତାଙ୍କ ଭିଡିଓ ରେକର୍ଡ କରିଥିଲେ । ପରେ ଏହି ଦୃଶ୍ୟ ସୋସିଆଲ ମିଡିଆରେ ଚର୍ଚ୍ଚାକୁ ଆସିଛି। ଶୁଟିଂ ସେଟ୍‌ର ଗେଟ୍‌ ନିକଟରେ ଭିଡ଼ ନିୟନ୍ତ୍ରଣ ପାଇଁ ସୁରକ୍ଷାକର୍ମୀମାନେ ମଧ୍ୟ ନିୟୋଜିତ ଥିଲେ। ଫ୍ୟାନ୍‌ମାନଙ୍କ ଉତ୍ସାହ ବଢ଼ିବା ପରେ ରଜନୀକାନ୍ତ ନିଜେ ବାହାରକୁ ଆସି ସେମାନଙ୍କୁ ଭେଟିଥିଲେ।

ରଜନୀକାନ୍ତଙ୍କ ଏହି ଆଗାମୀ ଫିଲ୍ମର ନିର୍ଦ୍ଦେଶନା ଅଶ୍ୱଥ ମାରିମୁଥୁ କରୁଛନ୍ତି । ରଜନୀକାନ୍ତଙ୍କ ସହ ସିମରନ୍‌, ରାଶି ଖନ୍ନା ଓ ଯୋଗୀ ବାବୁଙ୍କ ନାମ ଫିଲ୍ମ ସହ ଯୋଡ଼ାଯାଇଛି। ଏହାସହ ମୈସୁର ଶୁଟିଂରୁ ସାମ୍ନାକୁ ଆସିଥିବା କିଛି ଭିଡିଓ ଓ ଫଟୋକୁ ନେଇ ଶ୍ରୀଲୀଳା ଏବଂ ରାମ ପୋଥିନେନିଙ୍କ କାଷ୍ଟିଂକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ତେବେ ଫିଲ୍ମ ଟିମ୍‌ ପକ୍ଷରୁ ଏହି ଦୁଇ ଅଭିନେତାଙ୍କ କାଷ୍ଟିଂ ନେଇ ଅଧିକାରିକ ଘୋଷଣା ହୋଇନାହିଁ ।

ଫିଲ୍ମର ପ୍ରଥମ ଲୁକ୍‌ରେ ରଜନୀକାନ୍ତଙ୍କୁ ଡାକ୍ତର ଭୂମିକାରେ ଦେଖାଯାଇଥିଲା। ପୋଷ୍ଟରରେ ସେ ଅପରେସନ୍‌ ଥିଏଟରରେ ଡାକ୍ତରଙ୍କ ପୋଷାକରେ ଥିବା ବେଳେ ହାତରେ ରକ୍ତ ଲାଗିଥିବା ଏକ ଉପକରଣ ଦେଖାଯାଇଥିଲା। ଏହା ଫିଲ୍ମକୁ ନେଇ ଦର୍ଶକଙ୍କ ଉତ୍ସୁକତାକୁ ଆହୁରି ବଢ଼ାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?