ଏସିଆର ସର୍ବାଧିକ ପାରିଶ୍ରମିକ ପାଉଥିବା ଅଭିନେତା ରଜନୀକାନ୍ତ

ମୁମ୍ବାଇ: ସୁପରଷ୍ଟାର ରଜନୀକାନ୍ତଙ୍କ ଫିଲ୍ମ ‘ଜେଲର’ ଏହି ନିକଟରେ ମୁକ୍ତିଲାଭ କରିଥିଲା, ଯାହା ବକ୍ସ ଅଫିସରେ ବ୍ଲକବୁଷ୍ଟର ହୋଇଥିଲା। ତେବେ ରଜନୀକାନ୍ତ ଏସିଆର ସର୍ବାଧିକ ପାରିଶ୍ରମିକ ପାଉଥିବା ଅଭିନେତା ହୋଇପାରିଛନ୍ତି। ଲୋକେଶ କାନଗରାଜଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ପାଇଁ ରଜନୀକାନ୍ତଙ୍କ ମହଙ୍ଗା ଫି’ ଏହାର ମୁଖ୍ୟ କାରଣ, ଯାହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ରଜନୀକାନ୍ତଙ୍କ ହାତରେ ଏବେ ୨ଟି ରୋମାଞ୍ଚକର ପ୍ରୋଜେକ୍ଟ ରହିଛି। ସେଥିମଧ୍ୟରୁ ଗୋଟିଏରେ ଲୋକେଶ ନିର୍ଦ୍ଦେଶନା ଦେଇଛନ୍ତି, ଯାହାର ଟାଇଟଲ ରହିଛି ‘ଥାଲାଇଭର୍‌ ୧୭୦’। ଏହି ଫିଲ୍ମରୁ ସୁପରଷ୍ଟାରଙ୍କ ଫି’ ବାବଦରେ ଜଣାପଡ଼ିଛି। ତେବେ ରଜନୀକାନ୍ତ ଏହି ଫିଲ୍ମ ପାଇଁ ୨୬୦-୨୮୦ କୋଟି ଟଙ୍କା ଦାବି କରିଛନ୍ତି। ଏହି ଫି’ ତାଙ୍କୁ ଏସିଆର ସର୍ବାଧିକ ପାରିଶ୍ରମିକପ୍ରାପ୍ତ ଅଭିନେତା ଭାବେ ପରିଣତ କରିଛି। ଫିଲ୍ମଟି ସନ୍‌ ପିକ୍ଚର୍ସ ଦ୍ୱାରା ନିର୍ମିତ ହେଉଛି, ଯାହା ରଜନୀକାନ୍ତଙ୍କ ‘ଜେଲର୍‌’କୁ ମଧ୍ୟ ନିର୍ମାଣ କରିଥିଲା।
‘ଜେଲର’ ୨୨୫ କୋଟି ଟଙ୍କା ବଜେଟରେ ନିର୍ମିତ ହୋଇଥିବାବେଳେ ଚଳଚ୍ଚିତ୍ର ୬୦୫ କୋଟି ଟଙ୍କା ରୋଜଗାର କରିଛି। ତେବେ ରଜନୀକାନ୍ତ ୧୯୭୫ରେ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରଠାରୁ ସେ ପ୍ରଶଂସକଙ୍କୁ ଅନେକ ଫିଲ୍ମ ଭେଟି ଦେଇଛନ୍ତି। ଶେଷଥର ପାଇଁ ତାଙ୍କୁ ‘ଜେଲର’ ଫିଲ୍ମରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri