Posted inଜାତୀୟ

ତାମିଲନାଡୁ ବିଧାନସଭା ନିର୍ବାଚନରେ ୨୩୪ ଆସନରେ ପ୍ରାର୍ଥୀ ଦେବ ରଜନୀକାନ୍ତଙ୍କ ଦଳ

ଚେନ୍ନାଇ,୫ ।୧୨: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ରାଜନୀତିରେ ପାଦ ଦେବା ପରଠାରୁ ସେ ତାଙ୍କର ଏକ ଦଳ ଗଠନ କରିବେ ବୋଲି ଆଲୋଚନା ହେଉଛି । ତେବେ ୨୦୨୧ରେ ସେ ତାଙ୍କର ଦଳ ଗଠନ କରିବେ ବୋଳି ନିକଟରେ ସେ କହିଛନ୍ତି । ଏହାସହ ସେ ସ୍ପଷ୍ଟ କରିଥିଲେ କି ତାଙ୍କ ଦଳ ୨୦୨୧ରେ ହେବାକୁ ଥିବା ତାମିଲନାଡୁ ବିଧାନସଭା ନିର୍ବାଚନରେ ଲଢିବ । ଏବେ ଚେନ୍ନାଇରେ ଥିବା ତାଙ୍କର ରାଜନୈତିକ ପରାମର୍ଶଦାତା ତମଲିରୁବି ମଣିୟମ କହିଛନ୍ତି ଆସନ୍ତା ବିଧାନସଭା ନିର୍ବାଚନରେ ତାଙ୍କ ଦଳ ସମସ୍ତ ୨୩୪ ଆସନରେ ପ୍ରାର୍ଥୀ ଦେବ । ଏହାସହ ତାଙ୍କ ରାଜନୀତି ଘୃଣାର ବିପରିତ ଆଧ୍ୟାତ୍ମିକ ରାଜନୀତି ହେବ ବୋଳି ସେ କହିଛନ୍ତି । ଏହାକୁ ନେଇ ଏବେ ଅଭ୍ୟାସ ଚାଲିଥିବା କହିଛନ୍ତି । ପୂର୍ବରୁ ତାଙ୍କ ଦଳକୁ ନେଇ ରଜନୀକାନ୍ତ କହିଥିଲେ ଏବେ ପରିବର୍ତ୍ତନର ସମୟ ଆସିଛି । ତେଣୁ ଯଦି ଏହା ଏବେ କରା ନ ଯାଏ ତେବେ ଏହା କେବେ ହୋଇ ପାରିବ ନାହିଁ । ସେ ଯାହା କୁହନ୍ତି ତାହା କରନ୍ତି ବୋତି ମଧ୍ୟ କହିଥିଲେ । ଏଥିପାଇଁ ସେ ଜନତାଙ୍କ ସହଯୋଗ ଲୋଡିଥିଲେ । ତା’ହେଲେ ଯାଇ ପରିବର୍ତ୍ତନ ସମ୍ଭବ ବୋଲି ସେ କହିଥିଲେ । ସୂଚନାଯୋଗ୍ୟ, ଆସନ୍ତା ବର୍ଷ ଏପ୍ରିଲ-ମେ ମଧ୍ୟରେ ତାମିଲନାଡୁରେ ବିଧାନସଭା ନିର୍ବାଚନ ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?