ଇଣ୍ଡିଆ ରିଲିଜିୟନ କନ୍‌ଫରେନ୍ସରେ କାର୍ଯ୍ୟକାରୀ ବାଚସ୍ପତି

ଭୁବନେଶ୍ୱର, ୨୨ା୮(ସୁନିତ୍‌ ମିଶ୍ର):ରାଜ୍ୟ ବିଧାନସଭାର କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହ ଏବଂ ସଚିବ ଦାଶରଥି ଶତପଥୀ ରାଜସ୍ଥାନର ଉଦୟପୁରଠାରେ ଅନୁଷ୍ଠିତ ହେଉଥିବା ନବମ କମନୱେଲ୍‌ଥ ପାର୍ଲାମେଣ୍ଟାରୀ ଆସୋସିଏଶନ୍‌ ଇଣ୍ଡିଆ ରିଜିଅନ୍‌ କନ୍‌ଫରେନ୍ସରେ ଯୋଗ ଦେଇଛନ୍ତି। ଏହି ସମ୍ମିଳନୀ ଚଳିତମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୨୩ ପର୍ଯ୍ୟନ୍ତ ଚାଲିବ । ବିଧାନସଭା କାର୍ଯ୍ୟକାରୀ ବାଚସ୍ପତି ପଞ୍ଚାୟତିରାଜ ଅନୁଷ୍ଠାନ ମାଧ୍ୟମରେ ଦେଶକୁ ସୁଦୃଢ଼ କରିବାରେ ଜନପ୍ରତିନିଧିଙ୍କ ଦାୟିତ୍ୱ ଉପରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ବିଧାନସଭା ସଚିବ ଦାଶରଥି ଶତପଥୀ ଡିଜିଟାଲ ସଶକ୍ତୀକରଣ ବଳରେ ସ୍ବଚ୍ଛ ପ୍ରଶାସନକୁ ଉତ୍ସାହିତ କରିବା ନିମନ୍ତେ ଜନପ୍ରତିନିଧିଙ୍କୁ କିପରି ଅଧିକ ଦକ୍ଷ/ପ୍ରଭାବୀ କରାଯାଇପାରିବ ସେ ସମ୍ବନ୍ଧରେ ଅଭିଭାଷଣ ଦେବେ। ବିଧାନସଭାର ଗବେଷଣା ଅଧିକାରୀ ପ୍ରଶାନ୍ତ କୁମାର ଦାସ ମଧ୍ୟ ଏହି ଗସ୍ତରେ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri